ଆଗକୁ ବଢ଼ିବ ଇଲେକ୍ଟ୍ରି କାର୍‌ ଚାହିଦା: ୨୦୨୪ରେ ୩୦ରୁ ୪୦% ବିକ୍ରି ବୃଦ୍ଧି ଆକଳନ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଗତ କିଛି ବର୍ଷ ହେଲା କ୍ରମାଗତ ଭାବେ ଘରୋଇ ବଜାରରେ ଇଲେକ୍ଟ୍ରି ଭେଇକିଲ (ଇଭି) ଯାନର ଚାହିଦା ବୃଦ୍ଧି ପାଇଛି। ଏପରିକି ଆଗକୁ ଆହୁରି ଇଭି କାର୍‌ ବିକ୍ରି ବଢିବ ବୋଲି ଟାଟା ମୋଟର୍ସର ଏମ୍‌ଡି (ଇଭି ଆଣ୍ଡ ପିଭି ଡିଭିଜନ) ଶୈଳେଶ ଚନ୍ଦ୍ରା କମ୍ପାନୀର ଇଭି ଏକ୍ସକ୍ଲୁସିଭ ଶୋ’ରୁମ୍‌ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଇ ଏଭଳି ମତବ୍ୟକ୍ତ କରିଛନ୍ତି।

ସେ ଆହୁରି କହିଛନ୍ତି, ୨୦୨୪ରେ ଇଭି କାର୍‌ ବିକ୍ରି ୩୦ରୁ ୪୦% ବୃଦ୍ଧି ଘଟିବା ସମ୍ଭାବନା ଥିବାବେଳେ ୮ ଲକ୍ଷରୁ ୩୦ ଲକ୍ଷର ଇଭି କାର୍‌ ର ବିକ୍ରି ଚାହିଦା ବଢିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଅପରପକ୍ଷରେ ୨୦୨୩ରେ ଇଭି କାର୍‌ ୯୦,୦୦୦ରୁ ୯୫,୦୦୦ ୟୁନିଟ୍‌ ବିକ୍ରି ହୋଇଥିଲାବେଳେ ୨୦୨୪ରେ ଏହି ସଂଖ୍ୟା ଆହୁରି ବୃଦ୍ଧି ହେବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ସେହିଭଳି ଦେଶର ଯାତ୍ରୀବାହୀ ( ପାସେଞ୍ଜର ଭେଇକିଲ/ ପିଭି) କାର୍‌ ବିକ୍ରି ପରିମାଣ ୭ରୁ ୮% ବଢିବ ବୋଲି ସେ ଆକଳନ କରିଛନ୍ତି। ଏପରିକି ୨୦୨୩ରେ ମୋଟ ଘରୋଇ ଯାତ୍ରୀବାହୀ କାର୍‌ ୪.୧ମିଲିୟନ ବିକ୍ରି ହୋଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri