ମିଶନ ଶକ୍ତି ସଦସ୍ୟଙ୍କୁ ଇଲେକ୍ଟ୍ରିକ୍‌ ସ୍କୁଟି

ଭୁବନେଶ୍ୱର,୭ା୩(ବ୍ୟୁରୋ):ମିଶନ ଶକ୍ତି ସ୍କୁଟର ଯୋଜନାରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାଙ୍କୁ ବୈଦ୍ୟୁତିକ (ଇଲେକ୍‌ଟ୍ରିକ୍‌) ସ୍କୁଟର ନିମନ୍ତେ ସହାୟତା ଯୋଗାଇ ଦିଆଯିବ। ଏହି ଯୋଜନା ଅଧୀନରେ ଇଲେକ୍‌ଟ୍ରିକ୍‌ ସ୍କୁଟର କ୍ରୟ ପାଇଁ ଦିଆଯାଉଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ଦିଆଯିବ। ଏଥିପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌ କହିଛନ୍ତି।
ସୋମବାର ଗୀତ ଗୋବିନ୍ଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ୨୦୨୩-୨୪ ବଜେଟ ମୁଖ୍ୟାଂଶ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ମିଶନ ଶକ୍ତି ଆଜି ଓଡ଼ିଶାର ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ଏଥିନିମନ୍ତେ ମହିଳାମାନଙ୍କୁ ୬ ଲକ୍ଷରୁ ଅଧିକ ସ୍ବୟଂ ସହାୟକ ଗୋଷ୍ଠୀରେ ସଂଗଠିତ କରି ରୋଜଗାରଭିତ୍ତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ସରକାରୀ ଯୋଜନାରେ ସମ୍ପୃକ୍ତ କରାଇ ସଶକ୍ତ କରାଯାଉଛି। ନିରନ୍ତର ଆଥିର୍ର୍କ ସହାୟତା, ଦକ୍ଷତା ବିକାଶ ତାଲିମ ଏବଂ ନୂତନ ଜୀବିକାର ରାହା ଦେଖାଇ ରାଜ୍ୟ ସରକାର ପ୍ରତ୍ୟେକ ମହିଳାଙ୍କ ମନରେ ଆତ୍ମବିଶ୍ୱାସ ଏବଂ ଗର୍ବର ଭାବନା ସୃଷ୍ଟି କରିଛନ୍ତି। ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷରେ ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି, ଯାହା ଗତବର୍ଷର ବଜେଟ ତୁଳନାରେ ୨୭ ପ୍ରତିଶତ ଅଧିକ। ମିଶନ ଶକ୍ତି ବିଭାଗ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଉଦ୍ୟୋଗୀରେ ପରିଣତ କରାଯିବାକୁ ଲକ୍ଷ୍ୟ ରଖିଛି। ଏଥିପାଇଁ ରାଜ୍ୟ ସରକାର ପ୍ରତି ଜିଲାରେ ଗୋଟିଏ ଲେଖାଏ ଇଣ୍ଡଷ୍ଟ୍ରିଆଲ୍‌ ପାର୍କ ପ୍ରତିଷ୍ଠାକୁ ଅନୁମୋଦନ କରିଛନ୍ତି। ଏହି ପାର୍କ ପ୍ରତିଷ୍ଠା ପାଇଁ ୧୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।
ସେହିପରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରଣ କରିବା ଦିଗରେ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ବିନା ସୁଧରେ ମିଶନ ଶକ୍ତି ଋଣକୁ ୩ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ୧୦ ହଜାର କୋଟି ଟଙ୍କାର ବ୍ୟାଙ୍କଋଣ ଯୋଗାଇଦେବା ନିମନ୍ତେ ୨୨୦ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥା କରାଯାଇଛି। ମିଶନ ଶକ୍ତି ସଦସ୍ୟଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ସୁଧ ରିହାତି ଫେରସ୍ତ କରାଯାଉଛି ବୋଲି ମନ୍ତ୍ରୀ ହେମ୍ବ୍ରମ୍‌ କହିଛନ୍ତି।
ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ୍‌ କହିଛନ୍ତି, ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବା ପାଇଁ ତାଲିମ, ଜୀବନଜୀବିକା ଓ ଦକ୍ଷତା ବିକାଶ ଉପରେ ବିଭାଗ ଦ୍ୱାରା ଗୁରୁତ୍ୱ ଦିଆଯାଉଛି। ବ୍ଲକ୍‌ସ୍ତରରେ କୃଷି ପ୍ରକ୍ରିୟାକରଣ, ବିୟୁଟି, ଡିଜିଟାଲ ଓ ବିଜନେସ୍‌ ମ୍ୟାନେଜ୍‌ମେଣ୍ଟ, ଫ୍ୟାସନ୍‌ ଡିଜାଇନିଂ, କାଫେ ଏବଂ ଖାଦ୍ୟପ୍ରସ୍ତୁତି ଇତ୍ୟାଦି ଉପରେ ତାଲିମ ପାଇଁ ୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ସାରା ରାଜ୍ୟରେ ୫୦୦ ମିଶନ ଶକ୍ତି ବଜାର ପ୍ରତିଷ୍ଠା କରାଯିବ। ସେହି ସମୟ ମଧ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୦ ହଜାର କୋଟି ଟଙ୍କା ମୂଲ୍ୟର ସରକାରୀ ବ୍ୟବସାୟ ଯୋଗାଇବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏଥିପାଇଁ ୩୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି କାର୍ତ୍ତିକେୟନ୍‌ କହିଛନ୍ତି। ୩୦ଟି ଜିଲାସ୍ତରୀୟ ମିଶନ ଶକ୍ତି ମହାସଂଘକୁ ୧ କୋଟି ଟଙ୍କା ଲେଖାଏ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି। ୩୩୮ ଗୋଟି ବ୍ଲକ୍‌ସ୍ତରୀୟ ମହାସଂଘକୁ ୫୦ ଲକ୍ଷ ଟଙ୍କା ଲେଖାଏ ଆବର୍ତ୍ତନ ପାଣ୍ଠି ପ୍ରଦାନର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଜିଲା ଓ ବ୍ଲକ୍‌ସ୍ତରୀୟ ମହାସଂଘର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ଲାଗି ଆର୍ଥିକ ସହାୟତାର ବ୍ୟବସ୍ଥା କରାଯାଇଛି। ଗ୍ରାମ ପଞ୍ଚାୟତସ୍ତରୀୟ ମହାସଂଘ କାର୍ଯ୍ୟାଳୟ ନିମନ୍ତେ ଭିତ୍ତିଭୂମିର ବ୍ୟବସ୍ଥା କରାଯାଇଛି। ବ୍ଲକ୍‌ ଓ ପଞ୍ଚାୟତସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ କମିଟି ସଦସ୍ୟାଙ୍କ ପାଇଁ ବୈଠକ ଓ ଗସ୍ତ ଭତ୍ତାର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହିସବୁ ନିମନ୍ତେ ବାର୍ଷିକ ୨୬୬.୫୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି କାର୍ତ୍ତିିକେୟନ୍‌ କହିିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର ନିୟମିତ ବୈଠକ ଓ ତାଲିମ ସହିତ ସେଗୁଡ଼ିକ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ବ୍ୟବସ୍ଥା ନିମନ୍ତେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଏବଂ ୱାର୍ଡରେ ମିଶନ ଶକ୍ତି ଗୃହ ଏବଂ ବ୍ଲକ୍‌ ଓ ଜିଲାସ୍ତରରେ ମିଶନ ଶକ୍ତି ଭବନ ନିର୍ମାଣ କରାଯାଉଛି। ସେହିଭଳି ପ୍ରତ୍ୟେକ ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ ପାଇଁ କାର୍ଯ୍ୟାଳୟ ସହ ମାର୍କେଟ କମ୍ପ୍ଲେକ୍ସ ବ୍ୟବସ୍ଥା କରାଯାଇଛି। ଏଥିନିମନ୍ତେ ୩୨୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ବୋଲି କାର୍ତ୍ତିକେୟନ୍‌ କହିଛନ୍ତି। ଖବରଦାତା ସମ୍ମିଳନୀରେ ରାଜ୍ୟ ମିଶନ ନିର୍ଦ୍ଦେଶାଳୟର କାର୍ଯ୍ୟନିର୍ବାହୀ ଥିରୁମାଲା ନାୟକ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ମିଶନ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri