ସପ୍ତାହେ ମଧ୍ୟରେ ଚାଲିବ ବିଦ୍ୟୁତ୍‌ ଟ୍ରେନ୍‌

ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁରଠାରୁ ବାଙ୍ଗିରିପୋଷି ପର୍ଯ୍ୟନ୍ତ ବିଦ୍ୟୁତ୍‌ ଚାଳିତ ଟ୍ରେନ୍‌ ଚଳାଚଳ କରିବ। ଏନେଇ ବୁଧବାର ବିଭାଗୀୟ କର୍ତ୍ତୃପକ୍ଷ ନିରୀକ୍ଷଣ କରି ଫେରିଛନ୍ତି। ସପ୍ତାହକ ମଧ୍ୟରେ ବିଦ୍ୟୁତ୍‌ ଚାଳିତ ଟ୍ରେନ୍‌ ଚଳାଚଳ କରିବ ବୋଲି ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନର ଡିଆର୍‌ଏମ୍‌ ମନୋରଞ୍ଜନ ପ୍ରଧାନ ପ୍ରକାଶ କରିଛନ୍ତି।
ଦୀର୍ଘଦିନର ଦାବି ପରେ ଉକ୍ତ ରେଳପଥର ବିଦ୍ୟୁତୀକରଣ କାର୍ଯ୍ୟ ଶେଷ ହୋଇଛି। ରେଳ ବିଭାଗର ନିରାପତ୍ତା କମିଶନର ଶୁଭମୟ ମିଶ୍ର ଉକ୍ତ ରେଳପଥକୁ ନିରୀକ୍ଷଣ କରିବା ପରେ ବିଦ୍ୟୁତ୍‌ ଚାଳିତ ଟ୍ରେନ୍‌ ଚଳାଚଳ କରିପାରିବ ବୋଲି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ପୂର୍ବରୁ ଭଞ୍ଜପୁରଠାରୁ ରୂପ୍‌ସା ପର୍ଯ୍ୟନ୍ତ ବିଦ୍ୟୁତ୍‌ ଟ୍ରେନ୍‌ ଚଳାଚଳ କରୁଥିବା ବେଳେ ଭଞ୍ଜପୁରଠାରୁ ବାଙ୍ଗରିପୋଷି ପର୍ଯ୍ୟନ୍ତ ରେଳପଥର ବିଦ୍ୟୁତୀକରଣ କାର୍ଯ୍ୟକ୍ଷମ ହୋଇଛି। ଉକ୍ତ ରେଳପଥରେ ଭଞ୍ଜପୁର-ସାଲିମାର, ଭଞ୍ଜପୁର-ପୁରୀ ବିଦ୍ୟୁତ୍‌ ଟ୍ରେନ୍‌ ଚଳାଚଳ କରୁଛି। ବିଦ୍ୟୁତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ବାଙ୍ଗିରିପୋଷି-ଭୁବନେଶ୍ୱର ଟ୍ରେନ୍‌ ବିଦ୍ୟୁତ୍‌ ଇଞ୍ଜିନ ମାଧ୍ୟମରେ ଚଳାଚଳ କରିପାରିବ। ଡିଜେଲ ଚାଳିତ ଇଞ୍ଜିନଠାରୁ ବିଦ୍ୟୁତ୍‌ ଇଞ୍ଜିନର ଗତି ଦ୍ରୁତ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri