ବିଦ୍ୟୁତ୍‌ ବିଭ୍ରାଟ: ଉପଭୋକ୍ତା ଉତ୍ତେଜିତ

ଭୁବନେଶ୍ୱର,୧୭ା୬(ଅନିଲ ଦାସ) ଅସମ୍ଭାଳ ହେଉଛି ଗରମ ଓ ଗୁଳୁଗୁଳି। ଏଭଳି ସ୍ଥଳେ ବିଦ୍ୟୁତ୍‌ କାଟ ଯୋଗୁ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ଲୋକେ। ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ଓ ଲୋ-ଭୋଲ୍‌ଟେଜକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ସାଧାରଣ ଲୋକେ ତାତିଲେଣି। କେଉଁଠି ବିଦ୍ୟୁତ୍‌ କାର୍ଯ୍ୟାଳୟ ଆଗରେ ରାଜନୈତିକ ଦଳ ବିକ୍ଷୋଭ କଲେଣି ତ ପୁଣି କେଉଁଠି ଉପଭୋକ୍ତାମାନେ ଟ୍ରାନ୍ସଫର୍ମରକୁ ଭଙ୍ଗାରୁଜା କରୁଛନ୍ତି। ଗରମଠାରୁ ଅଘୋଷିତ ବିଦ୍ୟୁତ୍‌ କାଟ ବଳିଯାଇଛି। ଗାଁ କି ସହର କିଛି ବି ବାଦ୍‌ ପଡୁନି। ଗୁରୁବାର କଳିଙ୍ଗ ଷ୍ଟାଡିୟମରେ ହେଉଥିବା ଅନ୍ତର୍ଜାତୀୟ ଫୁଟ୍‌ବଲ ମ୍ୟାଚ ବେଳେ ମଧ୍ୟ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କୁ ଅପମାନିତ ହେବାକୁ ପଡ଼ିଛି। ରାଜ୍ୟବାସୀଙ୍କୁ ଉନ୍ନତମାନର ଓ ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୨୦୨୦ରୁ ଟାଟା ପାଓ୍ବାରକୁ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ୩ ବର୍ଷ ବିତିଯାଇଥିଲେ ସୁଦ୍ଧା ବିଦ୍ୟୁତ୍‌ ବ୍ୟବସ୍ଥାରେ ସେଭଳି କିଛି ଆଖିଦୃଶିଆ ପରିବର୍ତ୍ତନ ହୋଇନାହିଁ ବୋଲି ବିଭିନ୍ନ ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଉଛି। ରାଜ୍ୟ ସରକାର ଏହି ସମୟରେ ବିଭିନ୍ନ ଯୋଜନାରେ ଭିତ୍ତିଭୂମି ସୁଧାରିବା ପାଇଁ ପ୍ରାୟ ୧ ହଜାର କୋଟିରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରି ସାରିଲେଣି।
ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଟାଟା ପାଓ୍ବାର ସିଇଓଙ୍କୁ ଲୋକସେବା ଭବନ ଡାକି ତାଗିଦ୍‌ କରିଥିଲେ। ବିଦ୍ୟୁତ୍‌ କାଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମଧ୍ୟ ବହୁ ସଂଖ୍ୟାରେ ଅଭିଯୋଗ ଆସୁଛି। ଜନସାଧାରଣଙ୍କ ସମସ୍ୟା ସମାଧାନ କରିବାକୁ ସିଏମ୍‌ଓ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ତାଗିଦ କରାଯାଇଛି। ରାଜ୍ୟର ବିଦ୍ୟୁତ୍‌ ବ୍ୟବସ୍ଥାକୁ ନେଇ ବିଭିନ୍ନ ସଙ୍ଗଠନ ସରକାରଙ୍କୁ ଘେରିଛନ୍ତି। ଅଘୋଷିତ ବିଦ୍ୟୁତ୍‌ କାଟ ବନ୍ଦ ନ ହେଲେ ରାଜରାସ୍ତାରେ ଲଢ଼େଇ ହେବ ବୋଲି ଚେତାବନୀ ଦେଇଛନ୍ତି।
୧୯୯୯ରୁ ଆଜି ଯାଏ ରାଜ୍ୟରେ ବିଦ୍ୟୁତ୍‌ ଭିତ୍ତିଭୂମି ବିକାଶ ପାଇଁ ଯେଉଁ ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ତାହାର ବିଚାର ବିଭାଗୀୟ ତଦନ୍ତ ହେବା ଦରକାର। ଟାଟା ପାଓ୍ବାର ଯେଉଁ ମନମାନୀ କରୁଛି ସରକାର ତା’ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଏହା ବନ୍ଦ ନ ହେଲେ ଅଘୋଷିତ ବିଦ୍ୟୁତ୍‌ କାଟ ଆନ୍ଦୋଳନକୁ ବ୍ୟାପକ କରିବା ପାଇଁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ସମାବେଶ କରାଯିବ ବୋଲି ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଉପଭୋକ୍ତା ମହାସଂଘର ଆବାହକ ରବି ବେହେରା କହିଛନ୍ତି।
ସେହିପରି ନିଖିଳ ଓଡ଼ିଶା ବିଦ୍ୟୁତ୍‌ ଶ୍ରମିକ ମହାସଂଘ ସାଧାରଣ ସମ୍ପାଦକ ଅକ୍ଷୟ ତ୍ରିପାଠୀ କହିଛନ୍ତି, ଲୋକମାନଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ମିଳିପାରୁ ନାହିଁ। ଲୋ-ଭୋଲ୍‌ଟେଜ ସମସ୍ୟା ବଢ଼ିବାରେ ଲାଗିଛି। ବହୁ ପୁରୁଣା କଣ୍ଡକ୍ଟରକୁ ପରିବର୍ତ୍ତନ କରାଯାଉ ନାହିଁ। ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ କେବଳ ବିଦ୍ୟୁତ୍‌ ବିଲ୍‌ ଆଦାୟରେ ବ୍ୟସ୍ତ ରହୁଛି। ବିଦ୍ୟୁତ୍‌ ଭିତ୍ତିଭୂମିକୁ ସୁଦୃଢ଼ କରିବା ନିହାତି ଦରକାର ବୋଲି ସେ କହିଛନ୍ତି।
ବାରମ୍ବାର ଅଘୋଷିତ ବିଜୁଳି କାଟ ହେଉଛି। ଏହାକୁ ବରଦାସ୍ତ କରାଯିବ ନାହିଁ ବୋଲି ବିଦ୍ୟୁତ୍‌ ଉପଭୋକ୍ତା ସଂଘ ଚେତାବାନୀ ଦେଇଛି। ସଂଘ ପକ୍ଷରୁ କୁଜଙ୍ଗ ବିଦ୍ୟୁତ୍‌ ସବ୍‌ଡିଭିଜନରେ ଏସ୍‌ଡିଓ ମନୋଜ କୁମାର ସାହୁଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଯଦି ଏନେଇ କୌଣସି ପଦକ୍ଷେପ ନିଆ ନ ଯାଏ ତେବେ ଆସନ୍ତା ୧ ସପ୍ତାହ ମଧ୍ୟରେ ଆନ୍ଦୋଳନ ବ୍ୟାପକ କରାଯିବ ବୋଲି ସଂଘର ଆବାହକ ବାବୁରାମ ଚୌଧୁରୀ ଓ ନବନିର୍ମାଣ କୃଷକ ସଙ୍ଗଠନର ବ୍ଲକ ସଂଯୋଜକ ବିଭୂତି ଭୂଷଣ ଜେନା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?