ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ। ଦିନବେଳେ ତାପମାତ୍ରା ଅଧିକ ଥିବା ବେଳେ ଅନ୍ୟପଟେ ନିର୍ଦ୍ଧାରିତ ସମୟରୁ ଅଧିକ ସମୟ କର୍ମଚାରୀମାନେ କାମ କରୁଛନ୍ତି। ଏହିଭଳି ପରିସ୍ଥିତିରେ ବିଶ୍ରାମ ନ ପାଇ କର୍ମଚାରୀ ଜଣଙ୍କ ଅଂଶୁଘାତର ଶିକାର ହୋଇ ଅକାଳ ବିୟୋଗ ହୋଇଥିବା ଅଭିଯୋଗ ହୋଇଛି।

ଘଟଣାରୁ ପ୍ରକାଶ ଯେ ବର୍ତ୍ତମାନ ଗ୍ରୀଷ୍ମ ଋତୁ ଚାଲିଛି। ତେଣୁ ବିଦ୍ୟୁତ୍‌ ଉପରେ ଚାପ ପଡ଼ୁଛି। ତେଣୁ ବାରମ୍ବାର ପାଓ୍ବାର କଟ୍‌ ହେଉଛି। ଫଳରେ କର୍ମଚାରୀମାନେ ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ଚାପରେ ବାଧ୍ୟ ହୋଇ ଅଧିକ ସମୟ କାମ କରୁଛନ୍ତ। ଏହିଭଳି ଭଞ୍ଜନଗର ସହରତଳି ବିଛୁଆତିର ଦୁର୍ଗା ମାଧବ ଜେନା ଆଜି ଡୁମାକୁମ୍ପା ନିକଟରେ ପ୍ରବଳ ଗରମ ସତ୍ତ୍ୱେ ଅନ୍ୟ ସହଯୋଗୀମାନଙ୍କ ସହ କାମ କରୁଥିଲେ। ପ୍ରାୟ ସାଢ଼େ ୨ ଟାରୁ ୩ ଟା ମଧ୍ୟରେ ହଠାତ୍‌ ସେ ଅସୁସ୍ଥ ଅନୁଭବ କରିଥିଲେ। ଏହାପରେ ସେଠାରେ କାର୍ଯ୍ୟରତ ଥିବା ଅନ୍ୟ କର୍ମଚାରୀମାନେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲକୁ ଆଣିଥିଲେ। ଏଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ଦୁର୍ଗାମାଧବଙ୍କ ଗୋଟିଏ ଛୁଆ ଓ ସ୍ତ୍ରୀ ଅଛନ୍ତି। ଦୁର୍ଗାମାଧବଙ୍କ ଅକାଳ ବିୟୋଗ ପରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ତେଣୁ ତାଙ୍କ ପରିବାରକୁ ଟାଟା ପାୱାର ପକ୍ଷରୁ ପର୍ଯ୍ୟାପ୍ତ କ୍ଷତିପୂରଣ ଯୋଗାଇ ଦେବାସହ ସ୍ତ୍ରୀଙ୍କୁ କମ୍ପାନୀରେ ଚାକିରି ଦେବାକୁ ଦାବି ହୋଇଛି। ଏହି ଘଟଣା ପରେ କର୍ମଚାରୀ ମହଲରେ ଶୋକର ଛାୟା ଖେଳିଯାଇଛି। ଦୁର୍ଗାମାଧବ ଜଣେ ମେଳାପୀ, ଶାନ୍ତ ସ୍ବଭାବର କର୍ମଚାରୀ ଥିଲେ। ଦୁର୍ଗାମାଧବ ହେଉଛନ୍ତି ଭଞ୍ଜନଗର ଭାଜପା ନେତା ସନ୍ତୋଷ ଜେନା ଓ ମାନସ ଜେନାଙ୍କ ସାନ ଭାଇ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri