ବିଜୁଳି ବିଲ୍‌ ୧୦କୋଟି…

ଶ୍ରୀନଗର,୭।୭: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମେଣ୍ଢର ତହସିଲ୍‌ରେ ବିଦ୍ୟୁତ୍‌ ବିଭାଗର ଅବହେଳା ସାମ୍ନାକୁ ଆସିଛି। ବିଭାଗ ପକ୍ଷରୁ ଜଣେ ଉପଭୋକ୍ତାଙ୍କୁ ପ୍ରାୟ ୧୦କୋଟି ଟଙ୍କାର ବିଲ୍‌ ପଠାଇଥିବା ଦେଖିବାକୁ ମିଳିଛି। ଏହା ଏବେ ପୁରା ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ମେଣ୍ଢର ଡିଭିଜନ୍‌ର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ମହମ୍ମଦ ହିନଫ ନାମକ ସାଧାରଣ ଉପଭୋକ୍ତାଙ୍କ ନିକଟକୁ ୯କୋଟି ୯୫ଲକ୍ଷ ୩୯ହଜାର ୭୯୨ଟଙ୍କାର ଏକ ବିଲ୍‌ ପଠାଯାଇଛି। ଯାହାକୁ ଦେଖି ମହମ୍ମଦଙ୍କ ସମେତ ଅନ୍ୟ ଲୋକ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏଭଳି ବିଲ୍‌ କେବେ ସମଗ୍ର ଜିଲାର ଗ୍ରାହକଙ୍କ ପାଇଁ ମଧ୍ୟ କରାଯାଇ ନ ଥିବ ବୋଲି ଆଲୋଚନା ହେଉଛି। ଅପରପକ୍ଷେ ସ୍ଥାନୀୟ ଲୋକଙ୍କ କହିବା କଥା, ପୂର୍ବରୁ ମଧ୍ୟ ବିଦ୍ୟୁତ୍‌ ବିଭାଗର ଏଭଳି ଅବହେଳା ଦେଖାଯାଇଛି। ଲୋକମାନେ ବ୍ୟବହାର କରୁଥିବା ବିଦ୍ୟୁତଠାରୁ ଅଧିକ ଟଙ୍କାର ବିଲ୍‌ କରାଯାଇଥାଏ। ହେଲେ ଚଳିତ ଥର ବିଭାଗର କାର୍ଯ୍ୟ ସମସ୍ତଙ୍କୁ ଚକିତ କରିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri