୮ ବର୍ଷ ପରେ ହେଲା ବିଦ୍ୟୁତ୍‌ ସଂଯୋଗ

କୋଦଳା,୨୬।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ୮ ବର୍ଷ ଧରି ଅନ୍ଧକାରରେ ରହୁଥିବା ସାହିବାସିନ୍ଦାଙ୍କ ମୁହଁରେ ହସ ଫୁଟିଛି। ସୋମବାର ବିଦ୍ୟୁତ୍‌ ସଂଯୋଗ ପରେ ସାହିବାସିନ୍ଦା ଖୁସି ପ୍ରକଟ କରିଛନ୍ତି। ଗଞ୍ଜାମ ଜିଲା କୋଦଳା କିଶୋରନଗରରେ ୪୦ରୁ ଊଦ୍ଧର୍‌ବ ଲୋକ ବସବାସ କରୁଥିବା ବେଳେ ଦୀର୍ଘ ଦିନ ଧରି ଏଠାରେ ବିଜୁଳି ସଂଯୋଗ ହୋଇ ନ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ ଲୋକେ।

ଏନେଇ କୋଦଳା ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକଙ୍କୁ ସାହିବାସୀ ଜଣାଇଥିଲେ। ପରେ ଅଧ୍ୟକ୍ଷ କୋଦଳା ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏପରିକି ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ନେଇ ଅଧ୍ୟକ୍ଷଙ୍କ ହସ୍ତକ୍ଷେପ ପରେ ସୋମବାର ବିଭାଗୀୟ ଅଧିକାରୀ ସାହିରେ ପହଞ୍ଚି ବିଦ୍ୟୁତ୍‌ ସଂଯୋଗ କରିଛନ୍ତି। ଯାହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକେ। ବାରମ୍ବାର ବିଦ୍ୟୁତ୍‌ ବିଭାଗକୁ ଜଣାଇ ନିରାଶ ହୋଇଥିବା ବେଳେ ଅଧ୍ୟକ୍ଷ ନାୟକଙ୍କ ଉଦ୍ୟମକ୍ରମେ ବିଦ୍ୟୁତ୍‌ ସୁବିଧା ପାଇଥିବାରୁ ସାହିବାସିନ୍ଧା ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅପରପକ୍ଷେ ସାହିକୁ ପକ୍କା ରାସ୍ତା ନ ଥିବାରୁ ସେନେଇ ଅଧ୍ୟକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri