ଶନିବାର ରାତ୍ର ସାଢ଼େ ୮ରୁ ସାଢ଼େ ୯ ବିଦ୍ୟୁତ୍‌ ଆଲୋକ ବନ୍ଦ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୩: ପ୍ରତିବର୍ଷ ମାର୍ଚ୍ଚ ମାସର ଶେଷ ଶନିବାରକୁ ଆର୍ଥ ଆଓ୍ବାର ଦିବସ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ଏହା ମାର୍ଚ୍ଚ ୨୭ରେ ପଡୁଛି। ତେଣୁ ଶନିବାର ରାତ୍ର ସାଢ଼େ ୮ରୁ ସାଢ଼େ ୯ ପର୍ଯ୍ୟନ୍ତ ସମସ୍ତ ଅଦରକାରୀ ବିଦ୍ୟୁତ୍‌ ଆଲୋକ ବନ୍ଦ କରାଯିବ। ବିଦ୍ୟୁତ୍‌ ଶକ୍ତି ସଂରକ୍ଷଣ କରିବା ନେଇ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ୨୦୦୭ଠାରୁ ଏହି ଦିବସ ପାଳିତ ହୋଇ ଆସୁଛି। ପ୍ରଥମେ ୨୦୦୭ ମାର୍ଚ୍ଚ ୩୧ରେ ଅଷ୍ଟ୍ରେଲିଆର ସିଡ୍‌ନୀରେ ଆୟୋଜିତ ହୋଇଥିଲା। ୨୦୦୯ରେ ପୃଥିବୀର ୫୮ ସହରର ୫୦ ଲକ୍ଷରୁ ଅଧିକ ଲୋକ ଏଥିରେ ଅଂଶଗ୍ରହଣ କରି ରାତିରେ ଘଣ୍ଟାଏ ପାଇଁ ବିଦ୍ୟୁତ୍‌ ଆଲୋକ ବନ୍ଦ କରିଥିଲେ। ୨୦୧୦ରେ ୧୫୮ ସହରକୁ ଏହି ଅଭିଯାନରେ ସାମିଲ କରାଯାଇଥିଲା। ୨୦୧୮ରେ ଏହାଦ୍ୱାରା ଘଣ୍ଟାଏ ମଧ୍ୟରେ ୩୦୫ ମେଗାଓ୍ବାଟ ବିଦ୍ୟୁତ୍‌ ଶକ୍ତି ସଞ୍ଚୟ ହୋଇଥିଲା। ୨୦୨୦ରେ ୭୯ ମେଗାଓ୍ବାଟ ଶକ୍ତି ଘଣ୍ଟାଏ ମଧ୍ୟରେ ସଂରକ୍ଷଣ କରାଯାଇଥିଲା। ଚଳିତ ବର୍ଷ ପୃଥିବୀର ୧୮୦ରୁ ଅଧିକ ଦେଶ ଏହି ଅଭିଯାନରେ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri