ଲାଇନ୍‌ କାମ ସାରି ଫେରୁଥିଲେ; ଗଛରେ ପିଟି ହୋଇଗଲା ବୋଲେରୋ; ଚାଳକ ମୃତ; ଯନ୍ତ୍ରୀଙ୍କ ସମେତ ୩ ଗୁରୁତର

ହରଭଙ୍ଗା,୩।୬(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଦଠାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଚାରିଛକ ବିଦ୍ୟୁତ ବିଭାଗର ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଯନ୍ତ୍ରୀ ଓ ୨ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡିଛି।

ସୂଚନାନୁଯାୟୀ, ମଙ୍ଗଳବାର ଅପରାହ୍ନରେ ଚାରିଛକ ବିଦ୍ୟୁତ ବିଭାଗର ବୋଲେର ଗାଡି (ଓଡି୦୨ବିଏ-୧୨୧୩) ଯୋଗେ ଯନ୍ତ୍ରୀ ଭବାନୀ ଶଙ୍କର ପାଣିଗ୍ରାହୀ, କର୍ମଚାରୀ ସଂଗ୍ରାମ ସାହୁ, ସମୀର ନାୟକ ଓ ଚାଳକ ଶିବାଜୀ ନାଗ ବୌଦ୍ଧରୁ କାମ ସାରି ଫେରୁଥିଲେ। ଜାତୀୟ ରାଜପଥର ବଡବନ୍ଧଠାରେ ଗାଡିଟି କୌଣସି କାରଣରୁ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା । ଦୁର୍ଘଟଣା ପରେ ଗାଡ଼ିରେ ଥିବା ୪ ଜଣ ଗୁରୁତର ହୋଇପଡିଥିଲେ। ସ୍ଥାନୀୟ ଲୋକେ, ଅଗ୍ନିଶମ ବାହିନୀ, ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଗୁରୁତରକୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରିଥିଲେ। ମେଡିକାଲରେ ଡାକ୍ତର ଚାଳକ ଶିବାଜୀ ନାଗ( ୪୭)କୁ ମୃତ ଘୋଷଣା କରିଥିଲେ। ହେଲେ ଯନ୍ତ୍ରୀ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୌଦ୍ଧ ମେଡିକାଲକୁ ପଠାଯାଇଥିଲା। ସେଠାରେ ମଧ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ପଠାଯାଇଥିବା ଜଣାପଡିଛି । ଖବର ପାଇ ପୁରୁଣାକଟକ ପୋଲିସ ମୃତ ଚାଳକ ମୃତଦେହକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri