ବିଦ୍ୟୁତ ବିଭାଗର ମନମୁଖୀ ବିଦ୍ୟୁତ କାଟ୍‌: କାର୍ଯ୍ୟାଳୟ ଘେରାଉ କଲେ ଲୋକେ

କେସିଙ୍ଗା,୧୯।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରାଯାଇଛି। ବିଦ୍ୟୁତ କାଟ୍‌କୁ ବିରୋଧ କରି ପୂର୍ବତନ କାଉନସିଲର ବିଜୟ ଦୀପ ଏବଂ ତ୍ରିନାଥ ନାଏକଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ହୋଇଛି।
ବିଦ୍ୟୁତ ବିଭାଗ ମାର୍ଚ୍ଚରେ ଆକାଉଣ୍ଟ କ୍ଲୋଜ କରିବା ବାହାନା ଦେଖାଇ ହିତାଧିକାରୀଙ୍କ ଘର ବୁଲୁଛନ୍ତି । ଏପଟେ ବିଜୁଳି କାଟୁଛନ୍ତି। କମ୍ପାନୀ ମାଧ୍ୟମରେ କିଛି ସ୍ଥାନୀୟ ଲୋକ କମିଶନ ଏଜେଣ୍ଟ ହିସାବରେ ନିଯୁକ୍ତି ପାଇ ପୂର୍ଣ୍ଣ ମାତ୍ରାରେ ବିଦ୍ୟୁତ ହିତାଧିକାରୀମାନଙ୍କ ଉପରେ ଜୁଲୁମ କରୁଛନ୍ତି। ଅନ୍ୟପକ୍ଷେ କମ୍ପାନୀର ଲୋକେ ମନଇଛା ବିଦ୍ୟୁତ କାଟୁଛନ୍ତି। ଖରାଦିନେ ବିଜୁଳି ନ କାଟିବା ପାଇଁ ନିର୍ଦ୍ଦେଶ ଥିବା ସତ୍ତ୍ୱେ ବିଜୁଳି କାଟୁଛନ୍ତି। ଏଜେଣ୍ଟମାନେ ଘରଘର ବୁଲି ଜୋର ଜବରଦସ୍ତ ଟଙ୍କା ଆଦାୟ କରୁଛନ୍ତି। ଏହାକୁ ବିରୋଧ କରି ସ୍ଥାନୀୟ ଲୋକେ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରି ଏସଡିଓଙ୍କୁ ଭେଟି ଆଲୋଚନା କରିଥିଲେ। ସେହି ସମୟରେ ଦୁଇ ନମ୍ବର ୱାର୍ଡ କାଉନସିଲର ଉପେନ୍ଦ୍ର ଘିଭେଳା, ଏଗାର ନମ୍ବର ୱାର୍ଡ କାଉନସିଲର ବିଦେଶୀ ଜେନା, ସଦା ମାଝି, ମୋତି ସାହୁ, ହେମନ୍ତ ସାହୁ, ପରମେଶ୍ୱର ଦୀପ, ମୁନ୍ନା ନାଏକ, ନବୀନ ତାଣ୍ଡି, ବିଶ୍ୱାସୀ ନାଏକ, ରତନ ଦୀପ, ଗରୁଡ ବନଛୋର, ରାଜୁ ସୁନା, ଇନ୍ଦ୍ର ଯାନୀ, ସୁଶାନ୍ତ ସୁନା ଏବଂ ସହରର ଜନସାଧାରଣ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri