ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ ୭ ଦିନ ଧରି ଗ୍ରାମରେ ବିଦ୍ୟୁତ୍ ସେବା ବ୍ୟାହତ ହୋଇଥିବା ପ୍ରତିବାଦରେ ଉତ୍ତେଜିତ ଗ୍ରାମବାସୀ ସ୍ଥାନୀୟ ବିଦ୍ୟୁତ୍ ସବଷ୍ଟେସନ ଷ୍ଟ୍ରକଚରରେ ତାଲା ପକାଇ ଧାରଣାରେ ବସିଛନ୍ତି, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

ମିଳିଥିବା ସୂଚନା ଅନୁଯାୟୀ, ବଜ୍ରପାତ ଯୋଗୁ ଆଡ଼ପଡା ଗ୍ରାମର ମୁଖ୍ୟ ଟ୍ରାନ୍ସଫର୍ମରଟି ପୋଡ଼ି ଯାଇଥିଲା। ଫଳରେ ଗତ ଏକ ସପ୍ତାହ ହେବ ଗାଁର ୪ଟି ସାହିର ପ୍ରାୟ ୮୦ରୁ ଊର୍ଦ୍ଧ୍ୱ ପରିବାର ଅନ୍ଧାରରେ ରହିଛନ୍ତି। ଏହି ପ୍ରଚଣ୍ଡ ଗୁଳୁଗୁଳି ଓ ଅସହ୍ୟ ଗରମରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନୂତନ ଟ୍ରାନ୍ସଫର୍ମର ସ୍ଥାପନ ପାଇଁ ଗ୍ରାମବାସୀ କନିଷ୍ଠ ଯନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସହକାରୀ ଯନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗୁହାରି କରିଥିଲେ ମଧ୍ୟ କେହି ଏଥିପ୍ରତି କର୍ଣ୍ଣପାତ କରିନଥିଲେ। ବିଦ୍ୟୁତ୍ ବିଭାଗ ପକ୍ଷରୁ ଯଦି ଶୀଘ୍ର ପଦକ୍ଷେପ ଗ୍ରହଣ କରାନଯାଏ, ତେବେ ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ  ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

ବିଭାଗୀୟ ଉଦାସୀନତାରେ ଅତିଷ୍ଠ ହୋଇ ଗାଁ କମିଟି କାର୍ଯ୍ୟକର୍ତ୍ତା ଅରୁଣ ରାଉତ, ମୁରଲୀ ପ୍ରଧାନ, ମିଥୁନ ପ୍ରଧାନ, ନରୁସୁ ପ୍ରଧାନ, ମଙ୍ଗୁଳୁ ପୃଷ୍ଟି ଓ ଉମା ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ଏକତ୍ରିତ ହୋଇ ସବଷ୍ଟେସନ କାର୍ଯ୍ୟାଳୟ ଘେରାଉ କରିବା ସହ ସେଠାରେ ତାଲା ପକାଇ ଦେଇଥିଲେ। ତୁରନ୍ତ ବିଦ୍ୟୁତ୍ ସେବା ସ୍ୱାଭାବିକ କରିବାକୁ ସେମାନେ ଦାବି କରିଛନ୍ତି।

ଏ ସମ୍ପର୍କରେ ଶେରଗଡ ବିଦ୍ୟୁତ୍ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ସିଲାଭିତ୍‌ଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ସବଷ୍ଟେସନରେ ତାଲା ପଡ଼ିବା କାରଣରୁ ପ୍ରାୟ ୫ଟି ପଞ୍ଚାୟତ ଅଧୀନରେ ଥିବା ଅନେକ ଗ୍ରାମ ଅନ୍ଧାରରେ ରହିଛି। ଗ୍ରାମବାସୀ ଆଇନକୁ ହାତକୁ ନେବା ଉଚିତ୍ ନୁହେଁ।

ତେବେ ଗ୍ରାମବାସୀଙ୍କ ଆକ୍ରୋଶକୁ ଦେଖି ବିଳମ୍ବିତ ସନ୍ଧ୍ୟାରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ଗ୍ରାମକୁ ଏକ ନୂତନ ଟ୍ରାନ୍ସଫର୍ମର ପଠାଯାଇଛି। ବିଭାଗୀୟ କର୍ମଚାରୀମାନେ ସେଠାରେ ଉପସ୍ଥିତ ରହି ଯୁଦ୍ଧକାଳୀନ ଭିତ୍ତିରେ କାମ କରୁଛନ୍ତି ଏବଂ ବିଳମ୍ବିତ ରାତି ସୁଦ୍ଧା ବିଦ୍ୟୁତ୍ ସଂଯୋଗ କାର୍ଯ୍ୟ ଶେଷ ହେବ ବୋଲି ସହକାରୀ ଯନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?