ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର

କଟକ,୧୨ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଚଳିତବର୍ଷ ପ୍ରତ୍ୟେକ ପୂଜା ମଣ୍ଡପରେ ବିଦ୍ୟୁତ୍‌ ମିଟର ଲଗାଯିବ। ଏନେଇ ବିଦ୍ୟୁତ୍‌ ବିତରକ କମ୍ପାନୀ ଟାଟା ପାୱାର୍‌ ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହାକୁ ନେଇ ପୂଜା କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବୁଧବାର କଟକ ମହାନଗର ନିଗମ(ସିଏମ୍‌ସି)ର ବିଜୁଭବନ ପରିସରରେ ଟିପିସିଓଡିଏଲ୍‌ ଅଧିକାରୀ ଓ ଶାନ୍ତି କମିଟି କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସିଏମ୍‌ସି ମେୟର ସୁବାସ ସିଂ ଅଧ୍ୟକ୍ଷତା କରିଥିଲେ। ମଣ୍ଡପଗୁଡିକରେ ବିଦ୍ୟୁତ୍‌ ମିଟର ନ ବସାଇବାକୁ କମିଟି ପକ୍ଷରୁ ଅନୁରୋଧ କରାଯାଇଥିଲା। ହେଲେ ଏଥିରେ ଟିପିସିଓଡିଏଲ କର୍ତ୍ତୃପକ୍ଷ ଅମଙ୍ଗ ହୋଇଥିଲେ।
ଦୁର୍ଗାପୂଜା ସମୟରେ ବିଭିନ୍ନ ପୂଜା କମିଟି ପକ୍ଷରୁ ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକ ସଜ୍ଜା ଉପରେ ଗୁରୁତ୍ୱ ଦିଆଯାଇଥାଏ। କଟକର ପ୍ରାୟ ୧୭୦ ମଣ୍ଡପରେ ପୂଜାର ୫ ଦିନ ମଧ୍ୟରେ ୧୦ ଲକ୍ଷ ୟୁନିଟ୍‌ରୁ ଅଧିକ ବିଦ୍ୟୁତ୍‌ ବ୍ୟବହାର କରାଯାଉଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି। ପୂର୍ବରୁ ପୂଜା କମିଟିଗୁଡିକ ପକ୍ଷରୁ ପ୍ରାୟ ୧୦ ହଜାର ଟଙ୍କା ବିଦ୍ୟୁତ୍‌ ବିଲ୍‌ ବାବଦକୁ ଅଗ୍ରିମ ପଇଠ କରାଯାଇ ମଣ୍ଡପକୁ ଲାଇନ୍‌ ନିଆଯାଉଥିଲା। ଏହାପରେ ୫ ଦିନ ଧରି ବିଦ୍ୟୁତ୍‌ ବ୍ୟବହାର କରାଯାଉଥିଲା। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଟିପିସିଓଡିଏଲ୍‌ ପକ୍ଷରୁ ମିଟର ଲଗାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ବୈଠକ ଆରମ୍ଭରୁ ମିଟର ଲାଗିବା ନେଇ ସମସ୍ତ ପୂଜା କମିଟି ସଭାପତି ଓ ସମ୍ପାଦକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିଦ୍ୟୁତ୍‌ ବିଲ୍‌ ପଇଠ କରିବାକୁ ଶାନ୍ତି କମିଟି ଓ ପୂଜା କମିଟି ପକ୍ଷରୁ ଦାବି କରାଯାଇଥିଲା। ଏ ଦିଗରେ ବିଧିବଦ୍ଧ ଭାବେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ହେଲେ ମଣ୍ଡପଗୁଡିକରେ ନିଶ୍ଚିତ ଭାବେ ମିଟର ଲଗାଯିବ। ମଣ୍ଡପଗୁଡିକୁ ବିଦ୍ୟୁତ୍‌ ବିଲ୍‌ରେ କିଛି ରିହାତି କରାଯିବା ନେଇ ପରବର୍ତ୍ତୀ ସମୟରେ ଆପୋସ ଆଲୋଚନାରେ ନିଷ୍ପତ୍ତି ନିଆଯିବ ବୋଲି ସ୍ଥିର ହୋଇଛି। ପୂଜା ପୂର୍ବରୁ ସହରର ବିଭିନ୍ନ ସ୍ଥାନରେ ଓହଳିଥିବା ତାର ଠିକ୍‌ କରାଯିବା ସହ ଖୁଣ୍ଟ ମରାମତି କରାଯିବ। ପୂଜା ସମୟରେ ବିଦ୍ୟୁତ୍‌ କାଟ ନ ହେବା ଉପରେ ଗୁରୁତ୍ୱ ଦେବାକୁ ମେୟର ସିଂ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ। ଏହି ବୈଠକରେ ଟିପିସିଓଡିଏଲ୍‌ ସିଇଓ ଅରବିନ୍ଦ ସିଂ, ମନୋଜ ସିଂ, ରାଜ ରସ୍ତୋଗି, ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର ନାଥ ସାହୁ, ପୂର୍ବାଞ୍ଚଳ ଶାନ୍ତି କମିଟି ସଭାପତି ବିଜୟ କୁମାର ସାହୁ ଓ ସାଧାରଣ ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri