ବିଦ୍ୟୁତ୍‌ କାର୍ଯ୍ୟାଳୟ ହୋହଲ୍ଲା: ଘେରିଲେ …

ପାଟଣା,୨୫।୧(ବୀରକିଶୋର ଦାଶ)ଚ ଅଘୋଷିତ ବିଦ୍ୟୁତ୍‌କାଟ୍‌ ପ୍ରତିବାଦରେ ଉପଭୋକ୍ତାମାନେ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଉପଖଣ୍ଡ ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ମଙ୍ଗଳବାର ଅପରାହ୍ନରେ ଘେରାଉ କରିଥିଲେ। ସବ୍‌ ଷ୍ଟେଶନ ଅଞ୍ଚଳରେ ଥିବା ଷଡ଼ଙ୍ଗୀ, ଫୁଲ କଅଁଳେଇ, ବାଉଟିଆ ପଦା, ବୁଢ଼ୀକାପୁଡ଼ି ଓ କିଆପଡ଼ା ଆଦି ଗାଁ  ଗତ ୩ ଦିନ ହେବ ଅନ୍ଧାକାର ମଧ୍ୟରେ ରହିଛି। ଲାଇନ୍‌ ନ ଥିବା ଯୋଗୁ ଲୋକେ ପ୍ରବଳ ଗରମ ଗୁଳୁଗୁଳିରେ ହନ୍ତସନ୍ତ ହେବା ସହ ଆତ୍ୟାବଶ୍ୟକ ପାଣି ଯୋଗାଣ ହୋଇ ପାରୁନାହିଁ। ପିଲାମାନଙ୍କ ପାଠ ପଢ଼ାରେ ମଧ୍ୟ ବ୍ୟାଘାତ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଆନ୍ଦୋଳନକାରୀମାନେ ବିଦ୍ୟୁତ୍‌ କାର୍ଯ୍ୟାଳୟର ଏସିକୁ ବନ୍ଦ କରି ଦେଇଥିଲେ। ବିଦ୍ୟୁତ୍‌କାଟ ସମସ୍ୟା ସମ୍ପର୍କରେ ବିଭାଗୀୟ ଏସ୍‌ଡିଓ ଜନ୍ମେଜୟ ବେହେରାଙ୍କୁ ପଚାରିବାରୁ ପାଟଣାର ୩୩ କେଭି ବ୍ରେକର ଖରାପ ହୋଇଥିବାରୁ ତୁରୁମୁଙ୍ଗା ଫିଡରର ବିଦ୍ୟୁତ୍‌ ସରବରାହରେ ବ୍ୟାଘାତ ହୋଇଥିଲା। ମଙ୍ଗଳବାର ଅପରାହ୍ନ ୪ଟା ବେଳୁ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇଛି। ଏବେ ଆଉ ଲାଇନ୍‌ କଟିବ ନାହିଁ ବୋଲି କହିଛନ୍ତି। ଅନ୍ୟପକ୍ଷରେ ଆନ୍ଦୋଳନକାରୀ ଇନ୍ଦୁମତି ସାହୁ, ଜାନକୀ ସାହୁ, ନିରୋଜ କୁମାର ସାହୁ, ସଚ୍ଚିଦାନନ୍ଦ ସାହୁ, ଦୀପକ କୁମାର ସାହୁ ପ୍ରମୁଖ ବିଦ୍ୟୁତ୍‌ ସେବା ତ୍ସ୍ବାଭାବିକ ନ ହେଲେ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନକାରୀମାନେ ହୋହଲ୍ଲା କରୁଥିବା ଦେଖିବାକୁ ମିିଳିଥିଲା। ସାରେ ଯନ୍ତ୍ରୀ ଉମେଶ ଭୂୟାଂ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇବାକୁ ଆସି ହଟହଟା ହୋଇଥିଲେ। ଯନ୍ତ୍ରୀ ବିଳମ୍ବରେ ପହଞ୍ଚତ୍ବାରୁ ମହିଳାମାନେ ହୁଳହୁଳି ଦେଇ ତାଙ୍କୁ ସମାଲୋଚନା କରିଥିଲେ। ଦୀର୍ଘ ସମୟ ଧରି ଯନ୍ତ୍ରୀଙ୍କୁ ଉତ୍ତ୍ୟକ୍ତ ମହିଳା ପୁରୁଷ ଘେରାଉ କରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri