ପୁଣି ବଢ଼ିପାରେ ବିଜୁଳି ଦର

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପୁଣି ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ପଡ଼ିବା ଆଶଙ୍କା ଦେଖାଦେଇଛି। ବିଦ୍ୟୁତ୍‌ ଉତ୍ପାଦନ ଓ ବଣ୍ଟନ କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆୟବ୍ୟୟର ହିସାବ ଦେଇ ବିଜୁଳି ଦର ବଢ଼ାଇବାକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ନିକଟରେ ଦାବି କରିଛି। କରୋନା ସମୟରେ ୨ ଥର ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ହୋଇଥିବା ବେଳେ ପୁଣି ବୃଦ୍ଧି ପାଇଁ ବଣ୍ଟନ କମ୍ପାନୀ ଓଇଆର୍‌ସି ନିକଟରେ ଗୁହାରି କରିଛି। ମଙ୍ଗଳବାରଠାରୁ ଏ ନେଇ ଓଇଆର୍‌ସିଙ୍କ ନିକଟରେ ଶୁଣାଣି ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖ ଯାଏ ଓଇଆର୍‌ସି ନିକଟରେ ବିଭିନ୍ନ କମ୍ପାନୀର ଆବେଦନ ଉପରେ ଶୁଣାଣି ହେବ। ପ୍ରଥମ ଦିନରେ ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ଆର୍‌ସି) ଏବଂ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)ର ଶୁଣାଣି କରାଯାଇଛି। ଆସନ୍ତା ୧୯ ତାରିଖରୁ ଟାଟା ପାଓ୍ବାର ବଣ୍ଟନ କମ୍ପାନୀ ଦେଇଥିବା ପ୍ରସ୍ତାବ ଉପରେ ଶୁଣାଣି କରାଯିବ। ଓଏଚ୍‌ପିସି ଓଇଆର୍‌ସି ନିକଟରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୫୬୧୯.୨୪ ନିୟୁତ ୟୁନିଟ୍‌ ବିଦ୍ୟୁତ୍‌ ବିକ୍ରି କରିବାକୁ ପ୍ରସ୍ତାବ ଦେଇଛି।
ସୂଚନାଯୋଗ୍ୟ, ଘରୋଇ ଉପଭୋକ୍ତାଙ୍କୁ ୫୦ ୟୁନିଟ୍‌ ପର୍ଯ୍ୟନ୍ତ ୩ ଟଙ୍କା ଦେବାକୁ ପଡୁଛି। ଏହାପରେ ୫୦ରୁ ୨୦୦ ୟୁନିଟ୍‌ ପାଇଁ ୟୁନିଟ୍‌ ପିଛା ୪ଟଙ୍କା ୮୦ ପଇସା, ୨୦୦ରୁ ୪୦୦ ୟୁନିଟ୍‌ ପାଇଁ ୟୁନିଟ୍‌ ପିଛା ୫ଟଙ୍କା ୮୦ ଓ ୪୦୦ରୁ ଅଧିକ ପାଇଁ ୟୁନିଟ୍‌ ପିଛା ୬ ଟଙ୍କା ୨୦ ପଇସା ଦେବାକୁ ପଡୁଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, କମିଶନ ୟୁନିଟ୍‌ ପିଛା ୧୦ରୁ ୨୦ ପଇସା ବୃଦ୍ଧି କରିବା ସମ୍ଭାବନା ରହିଛି। ଏହି ଦର ବୃଦ୍ଧିକୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ବିରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri