ବଢ଼ିବ ବିଦ୍ୟୁତ୍‌ ଦର

ଭୁବନେଶ୍ୱର, ୧୯ା୩(ବ୍ୟୁରୋ):ପୁଣି ବିଦ୍ୟୁତ୍‌ ଦର ବଢ଼ିବ। ରାଜ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍‌ ଦର ବୃଦ୍ଧି କରିବାକୁ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) ନିକଟରେ ଆବେଦନ କରିଛି। ଯୁନିଟ୍‌ ପିଛା ଦେଢ଼ ଟଙ୍କା ବୃଦ୍ଧି କରିବାକୁ ଏଥିରେ ପ୍ରସ୍ତାବ ଦିଆଯାଇଛି, ଯାହାକି ଉପଭୋକ୍ତାଙ୍କ ଉପରେ ଅଧିକ ବୋଝ ପଡ଼ିବ। ୬ ମାସ ତଳେ ଓଇଆର୍‌ସି ବିଦ୍ୟୁତ୍‌ ଦର ୟୁନିଟ ପିଛା ୨୦ପଇସା ବୃଦ୍ଧି କରି ଟ୫.୨୫ଙ୍କା କରିଥିଲା। ଏବେ ବଣ୍ଟନ କମ୍ପାନୀ ଦେଇଥିବା ପ୍ରସ୍ତାବକୁ ଯଦି ରାଜ୍ୟ ସରକାର ମଞ୍ଜୁର କରନ୍ତି ତେବେ ଉପଭୋକ୍ତାଙ୍କୁ ଯୁନିଟ୍‌ ପିଛା ଟ ୬.୭୫ଙ୍କା ଦେବାକୁ ପଡ଼ିବ। ଅପରପକ୍ଷରେ ବଣ୍ଟନ କମ୍ପାନୀର ଏହି ପ୍ରସ୍ତାବକୁ ଓଡ଼ିଶା ବିଦ୍ୟୁତ୍‌ ଉପଭୋକ୍ତା ସଂଘ ବିରୋଧ କରିଛି। ଯଦି ରାଜ୍ୟ ସରକାର ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରସ୍ତାବକୁ ଗ୍ରହଣ କରିବେ, ତେବେ ଉପଭୋକ୍ତ ସଂଘ ରାଜରାସ୍ତାକୁ ଓହ୍ଲାଇବ ବୋଲି ସଂଘର ସଭାପତି ରମେଶ ଶତପଥୀ ଚେତାବନୀ ଦେଇଛନ୍ତି। ରାଜ୍ୟ ସରକାର ଉପଭୋକ୍ତାଙ୍କୁ ଶୋଷଣ କରି ଶକ୍ତି ବିଭାଗ ମାଧ୍ୟମରେ ବାର୍ଷିକ ୩ହଜାରରୁ ୪ହଜାର କୋଟି ଟଙ୍କା ରାଜସ୍ବ ମାଧ୍ୟମରେ ସଂଗ୍ରହ କରୁଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକ କମ୍‌ ଦରରେ ଉପଭୋକ୍ତାଙ୍କୁ ବିଜୁଳି ଦେଉଛନ୍ତି ବୋଲି ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri