କୁମୁଟିପଂକାଳ ଗାଁରେ ବିଦ୍ୟୁତ ସମସ୍ୟା: ୫ ବର୍ଷ ହେଲା ସୋଲାର ଅଚଳ, ଅନ୍ଧାରରେ ଗ୍ରାମବାସୀ

ମୋହନା, ୨୫।୧୦( ମନ୍ମଥ ମିଶ୍ର ): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ରା. ଉଦୟଗିରି ବ୍ଲକ ପୁରୁଣାପାଣି ପଞ୍ଚାୟତ କୁମୁଟିପଙ୍କାଳ ଗାଁରେ ବିଦ୍ୟୁତ ସମସ୍ୟା । ଗାଁରେ ବିଦ୍ୟୁତ ସଂଯୋଗ ପାଇଁ ଖୁଣ୍ଟ ପୋତା ଯାଇଥିଲେ ମଧ୍ୟ ବିଦ୍ୟୁତ ସଂଯୋଗ କରାଯାଉନାହିଁ । ଫଳରେ ବର୍ଷ ବର୍ଷ ଧରି ଅନ୍ଧାରରେ ରହୁଛନ୍ତି ଗ୍ରାମବାସୀ । ଆଲୋକ ବ୍ୟବସ୍ଥା ପାଇଁ ଗତ କିଛି ବର୍ଷ ତଳେ ପଞ୍ଚାୟତ ପକ୍ଷରୁ ସୋଲାର ଲାଇଟ ବ୍ୟବସ୍ଥା କରାଯାଇଥିଲା ।ହେଲେ ତାହା ମଧ୍ୟ କିଛି ଦିନ ଜଳିବl ପରେ ଖରାପ ହୋଇଯାଇଛି । ଫଳରେ ଅନ୍ଧାରରେ ରାତି କାଟୁଛନ୍ତି ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ।

ଗ୍ରାମର ରବୀନ୍ଦ୍ର ମଲ୍ଲିକ,ରଂଜିତା ମଲିକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ ଗତ ୫ ବର୍ଷ ତଳେ ଗାଁରେ ବିଦ୍ୟୁତ ସଂଯୋଗ ପାଇଁ ବିଦ୍ୟୁତ ବିଭାଗ ପକ୍ଷରୁ ଖୁଣ୍ଟ ପୋତା ଯାଇଛି । ହେଲେ ଏ ପର୍ଯ୍ୟନ୍ତ ବିଦ୍ୟୁତ ସଂଯୋଗ କରାଯାଇନାହିଁ । ଏଥିସହ ୫ ବର୍ଷ ତଳେ ପଞ୍ଚାୟତ ପକ୍ଷରୁ ସୋଲାର ଲାଇଟ ବ୍ୟବସ୍ଥା କରାଯାଇଥିଲା । ହେଲେ କିଛି ଦିନ ଜଳିବା ପରେ ସୋଲାର ବ୍ୟାଟେରୀ ଖରାପ ହୋଇ ପଡିଛି । ଫଳରେ ବର୍ଷ ବର୍ଷ ଧରି ଅନ୍ଧାରରେ ରହୁଥିବା କହିଛନ୍ତି ଗ୍ରାମବାସୀ । ବିଦ୍ୟୁତ ସଂଯୋଗ ପାଇଁ ସ୍ଥାନୀୟ ସରପଞ୍ଚ,ବିଡ଼ିଓ ଏବଂଜିଲ୍ଲପାଳ ଅଭିଯୋଗ ପ୍ରକୋଷ୍ଠ ରେ ବାରମ୍ବାର ଦାବି କରିଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉନଥିବା କହିଛନ୍ତି ଗ୍ରାମବାସୀ । ଆଗାମୀ ଦିନରେ ଏହା କାର୍ଯ୍ୟକାରୀ ନ ହୁଏ ତେବେ ରାଜରାସ୍ତା ରେ ଧାରଣା ଦେବେବୋଲି ଚେତାବନୀ ଦେଇଛନ୍ତି । ଏହି ସମ୍ପର୍କରେ ବିଧାୟକ ଦାଶରଥି ଗମାଙ୍ଗ କହିଛନ୍ତି ବିଡ଼ିଓ, ଆରଡି ଏବଂ ବିଦ୍ୟୁତ ବିଭାଗ ର ଅଧିକାରୀ ଙ୍କ ସହ ଆଲୋଚନା କରାଯାଇଛି ମୋହନା ବିଧାନସଭା କ୍ଷେତ୍ର ର ସମସ୍ତ ଗାଁ ର ରାସ୍ତା ଏବଂ ବିଦ୍ୟୁତ ଯାହାକି ଲୋକଙ୍କ ମୌଳିକ ସୁବିଧା ପାଇବା ପାଇଁ ଅତିଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?