ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ ସହ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ। ପାଟଣାଗଡ଼ ବିଜୁ ଜନତା ଦଳ (ବିଜେଡି) କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ବୈଠକରେ ପାଟଣାଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜିଲା ବିଜେଡି ସଭାପତି ସରୋଜ କୁମାର ମେହେର ଯୋଗଦେଇ ବିଦ୍ୟୁତ୍‌ ଯୋଗାଣ କରୁଥିବା ଟାଟା ପାୱାର୍‌ କମ୍ପାନୀ ଉପରେ ବର୍ଷିଛନ୍ତି। ଜିଲାରେ ବାରମ୍ବାର କାହିଁକି ଏଭଳି ଅଘୋଷିତ ବିଦ୍ୟୁତ୍‌ କାଟ କରାଯାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ଏହି ଆନ୍ଦୋଳନରେ ଅଞ୍ଚଳର ସମସ୍ତ ଗ୍ରାମର ବିଦ୍ୟୁତ୍‌ ଉପଭୋକ୍ତାମାନେ ସାମିଲ ହେବାକୁ ସେ ଆହ୍ବାନ ଦେଇଛନ୍ତି।

ପ୍ରଚଣ୍ଡ ଗରମ ସମୟରେ ଅହେତୁକ ବିଦ୍ୟୁତ୍‌ କାଟ ଯୋଗୁ ଗ୍ରାମାଞ୍ଚଳର ଲୋକେ ସାରା ରାତି ଅନିଦ୍ରା ହୋଇ କଷ୍ଟ ପାଉଛନ୍ତି। ଏପରିକି ପାନୀୟ ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକ ଅଚଳ ହୋଇପଡ଼ିଛି, ଯାହାଦ୍ୱାରା ଲୋକେ ଜଳକଷ୍ଟ ଭୋଗୁଛନ୍ତି। ଦିନବେଳା ପ୍ରବଳ ଗରମ ଏବଂ ଗୁଳୁଗୁଳିରେ ଛୋଟ ଛୋଟ ପିଲା ଏବଂ ବୟସ୍କ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟୁତ୍‌ ବିଭାଗର ଏଭଳି ମନମୁଖୀ କାର୍ଯ୍ୟକଳାପ ଏବଂ ଚରମ ଅବହେଳା ବିରୋଧରେ ଆଗାମୀ ଦିନରେ ବ୍ୟାପକ ଜନଆନ୍ଦୋଳନ କରାଯିବ। ଅଞ୍ଚଳବାସୀଙ୍କ ହକ ପାଇଁ ବିଦ୍ୟୁତ୍‌ ଅଫିସ ସମ୍ପୂର୍ଣ୍ଣ ଘେରାଉ କରାଯିବ ବୋଲି ବୈଠକରେ ଚେତାବନୀ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri