ବାତ୍ୟା, ବନ୍ୟାଞ୍ଚଳରେ ବିଦ୍ୟୁତ୍‌ ସମସ୍ୟାର ସମାଧାନ ହେବ

ଯାଜପୁର ଅଫିସ,୧୮।୯: ଓଡ଼ିଶାର ବାତ୍ୟା ଓ ବନ୍ୟାପ୍ରବଣ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ଏକ ବଡ଼ ସମସ୍ୟା ହୋଇ ରହିଛି। ପଶ୍ଚିମବଙ୍ଗ ଦେଇ ବାଂଲାଦେଶକୁ ଗୋରୁ ଓ କୋଇଲା ଚୋରା ଚାଲାଣ ଅଣାୟତ୍ତ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଗତ ଏପ୍ରିଲ ୨୨ରେ କୋଲାକାତାରେ ଅନୁଷ୍ଠିତ ଇଷ୍ଟର୍ନ ଜୋନ୍‌ କାଉନସିଲ ଷ୍ଟାଣ୍ଡିଂ କମିଟି ବୈଠକରେ ଏଭଳି ଅନେକ ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବୈଠକର ନିଷ୍ପତ୍ତିକୁ ନେଇ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବୀନ୍ଦ୍ର ସିଂହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ଅନୁରୋଧ କରିଛନ୍ତି।
ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରତିବର୍ଷ ବାତ୍ୟା ଓ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାରୁ ବିଦ୍ୟୁତ ସରବରାହ ଦୀର୍ଘଦିନ ଧରି ବିଚ୍ଛିନ୍ନ ହୋଇଥାଏ। ଏହି ସ୍ଥିତିରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଜାତୀୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏନଡିଏମ୍‌ଏଫ୍‌) ବିନିଯୋଗ କରି ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ଦେଇଥିଲେ। ଏହାର ସମାଧାନ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କରିବାକୁ ପ୍ରସ୍ତାବ ଦିଆଯାଇଛି। ଏନେଇ ରାଜ୍ୟ ଜଳ ସମ୍ପଦ ବିଭାଗର ଉପସଚିବ ରବୀନ୍ଦ୍ରନାଥ ଚିନାରା କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।
ବିଭିନ୍ନ ରାଜ୍ୟରୁ ପଶ୍ଚିମବଙ୍ଗ ଦେଇ ବାଂଲାଦେଶକୁ ଗୋ ଚାଲାଣ ହେଉଥିବାରୁ ପଶ୍ଚିମବଙ୍ଗ ବଦନାମ ହେଉଛି। ତେଣୁ ଗୋ ଚାଲାଣକୁ ନିଷିଦ୍ଧ କରିବା ପାଇଁ ବ୍ୟବସ୍ଥା କରାଯାଉ ବୋଲି ପଶ୍ଚିମବଙ୍ଗ ସରକାର ବୈଠକରେ ପ୍ରସ୍ତାବ ଦେଇଥିଲେ। ଏହାଦ୍ୱାରା ଗୋରୁ ଚୋରାଚାଲାଣ ମଧ୍ୟ ରୋକାଯାଇପାରିବ ବୋଲି କୁହାଯାଇଥିଲା। ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଗୋ ଚାଲାଣ ତାଙ୍କ ରାଜ୍ୟ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ବୋଲି ଅଭିହିତ କରିଛନ୍ତି। ବିହାର ମୁଖ୍ୟ ଶାସନ ସଚିବ କହିଛନ୍ତି, ବହୁ ଦୂରରୁ ବିଭିନ୍ନ ଗାଡି ଯୋଗେ ଗୋରୁ ପରିବହନ ହେଉଥିବାବେଳେ କୌଣସି ନୀତିନିୟମକୁ ମାନୁ ନାହାନ୍ତି। ମହାରାଷ୍ଟ୍ର ସରକାର ମଧ୍ୟ ଗୋରୁଚାଲାଣକୁ ନେଇ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କେବଳ ପଶ୍ଚିମବଙ୍ଗ ନୁହେଁ, ତ୍ରିପୁରା, ମେଘାଳୟ, କେରଳ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶ ସରକାର ମଧ୍ୟ ଏଭଳି ସମସ୍ୟାରେ ଜଡ଼ିତ। ତେଣୁ ଏହି ସମସ୍ୟାକୁ ଗମ୍ଭୀର ଭାବେ ଗ୍ରହଣ କରି ସମ୍ପୃକ୍ତ ରାଜ୍ୟ ସରକାରଙ୍କୁ ବିହିତ ପଦକ୍ଷେପ ନେବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହାବାଦ୍‌ ଓଡ଼ିଶାରେ ବ୍ୟାଙ୍କିଙ୍ଗ୍‌ ସୁବିଧା ସେତେଟା ଉପଲବ୍ଧ ହୋଇ ପାରିନାହିଁ। ତେଣୁ ପ୍ରତ୍ୟେକ ୫ କି.ମି. ମଧ୍ୟରେ ବ୍ୟାଙ୍କିଙ୍ଗ୍‌ ସୁବିଧା ଦେବାକୁ ନିଷ୍ପତ୍ତି ହୋଇଛି। ତାଳଚେର କୋଇଲା ଖଣି ଅଞ୍ଚଳରେ ମାଟି ଧସିବା, ନାରୀ ଏବଂ ଶିଶୁ ବଳାତ୍କାର ଘଟଣା ଇତ୍ୟାଦି ଉପରେ ମଧ୍ୟ ସବିଶେଷ ଆଲୋଚନା କରାଯାଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ହୋଇଛି। ସେହିପରି ପଶ୍ଚିମବଙ୍ଗ ଏବଂ ଅନ୍ୟାନ୍ୟ ରାଜ୍ୟର କୋଇଲା ଚୋରାଚାଲାଣ ଯୋଗୁ ସମ୍ପୃକ୍ତ ରାଜ୍ୟଗୁଡିକ ଉପରେ ଅଙ୍ଗୁଳି ନିର୍ଦ୍ଦେଶ ହେଉଛି। ଏହିସବୁ ଚୋରା ଚାଲାଣକୁ ନିୟନ୍ତ୍ରଣ କରିବାକୁ ପଶ୍ଚିମବଙ୍ଗ ସରକାର ସମ୍ପୃକ୍ତ ରାଜ୍ୟଗୁଡିକୁ ଚିଠି ଲେଖିବାକୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri