ବାତ୍ୟା, ବନ୍ୟାଞ୍ଚଳରେ ବିଦ୍ୟୁତ୍‌ ସମସ୍ୟାର ସମାଧାନ ହେବ

ଯାଜପୁର ଅଫିସ,୧୮।୯: ଓଡ଼ିଶାର ବାତ୍ୟା ଓ ବନ୍ୟାପ୍ରବଣ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ଏକ ବଡ଼ ସମସ୍ୟା ହୋଇ ରହିଛି। ପଶ୍ଚିମବଙ୍ଗ ଦେଇ ବାଂଲାଦେଶକୁ ଗୋରୁ ଓ କୋଇଲା ଚୋରା ଚାଲାଣ ଅଣାୟତ୍ତ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଗତ ଏପ୍ରିଲ ୨୨ରେ କୋଲାକାତାରେ ଅନୁଷ୍ଠିତ ଇଷ୍ଟର୍ନ ଜୋନ୍‌ କାଉନସିଲ ଷ୍ଟାଣ୍ଡିଂ କମିଟି ବୈଠକରେ ଏଭଳି ଅନେକ ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବୈଠକର ନିଷ୍ପତ୍ତିକୁ ନେଇ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବୀନ୍ଦ୍ର ସିଂହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ଅନୁରୋଧ କରିଛନ୍ତି।
ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରତିବର୍ଷ ବାତ୍ୟା ଓ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାରୁ ବିଦ୍ୟୁତ ସରବରାହ ଦୀର୍ଘଦିନ ଧରି ବିଚ୍ଛିନ୍ନ ହୋଇଥାଏ। ଏହି ସ୍ଥିତିରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଜାତୀୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏନଡିଏମ୍‌ଏଫ୍‌) ବିନିଯୋଗ କରି ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ଦେଇଥିଲେ। ଏହାର ସମାଧାନ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କରିବାକୁ ପ୍ରସ୍ତାବ ଦିଆଯାଇଛି। ଏନେଇ ରାଜ୍ୟ ଜଳ ସମ୍ପଦ ବିଭାଗର ଉପସଚିବ ରବୀନ୍ଦ୍ରନାଥ ଚିନାରା କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।
ବିଭିନ୍ନ ରାଜ୍ୟରୁ ପଶ୍ଚିମବଙ୍ଗ ଦେଇ ବାଂଲାଦେଶକୁ ଗୋ ଚାଲାଣ ହେଉଥିବାରୁ ପଶ୍ଚିମବଙ୍ଗ ବଦନାମ ହେଉଛି। ତେଣୁ ଗୋ ଚାଲାଣକୁ ନିଷିଦ୍ଧ କରିବା ପାଇଁ ବ୍ୟବସ୍ଥା କରାଯାଉ ବୋଲି ପଶ୍ଚିମବଙ୍ଗ ସରକାର ବୈଠକରେ ପ୍ରସ୍ତାବ ଦେଇଥିଲେ। ଏହାଦ୍ୱାରା ଗୋରୁ ଚୋରାଚାଲାଣ ମଧ୍ୟ ରୋକାଯାଇପାରିବ ବୋଲି କୁହାଯାଇଥିଲା। ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଗୋ ଚାଲାଣ ତାଙ୍କ ରାଜ୍ୟ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ବୋଲି ଅଭିହିତ କରିଛନ୍ତି। ବିହାର ମୁଖ୍ୟ ଶାସନ ସଚିବ କହିଛନ୍ତି, ବହୁ ଦୂରରୁ ବିଭିନ୍ନ ଗାଡି ଯୋଗେ ଗୋରୁ ପରିବହନ ହେଉଥିବାବେଳେ କୌଣସି ନୀତିନିୟମକୁ ମାନୁ ନାହାନ୍ତି। ମହାରାଷ୍ଟ୍ର ସରକାର ମଧ୍ୟ ଗୋରୁଚାଲାଣକୁ ନେଇ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କେବଳ ପଶ୍ଚିମବଙ୍ଗ ନୁହେଁ, ତ୍ରିପୁରା, ମେଘାଳୟ, କେରଳ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶ ସରକାର ମଧ୍ୟ ଏଭଳି ସମସ୍ୟାରେ ଜଡ଼ିତ। ତେଣୁ ଏହି ସମସ୍ୟାକୁ ଗମ୍ଭୀର ଭାବେ ଗ୍ରହଣ କରି ସମ୍ପୃକ୍ତ ରାଜ୍ୟ ସରକାରଙ୍କୁ ବିହିତ ପଦକ୍ଷେପ ନେବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହାବାଦ୍‌ ଓଡ଼ିଶାରେ ବ୍ୟାଙ୍କିଙ୍ଗ୍‌ ସୁବିଧା ସେତେଟା ଉପଲବ୍ଧ ହୋଇ ପାରିନାହିଁ। ତେଣୁ ପ୍ରତ୍ୟେକ ୫ କି.ମି. ମଧ୍ୟରେ ବ୍ୟାଙ୍କିଙ୍ଗ୍‌ ସୁବିଧା ଦେବାକୁ ନିଷ୍ପତ୍ତି ହୋଇଛି। ତାଳଚେର କୋଇଲା ଖଣି ଅଞ୍ଚଳରେ ମାଟି ଧସିବା, ନାରୀ ଏବଂ ଶିଶୁ ବଳାତ୍କାର ଘଟଣା ଇତ୍ୟାଦି ଉପରେ ମଧ୍ୟ ସବିଶେଷ ଆଲୋଚନା କରାଯାଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ହୋଇଛି। ସେହିପରି ପଶ୍ଚିମବଙ୍ଗ ଏବଂ ଅନ୍ୟାନ୍ୟ ରାଜ୍ୟର କୋଇଲା ଚୋରାଚାଲାଣ ଯୋଗୁ ସମ୍ପୃକ୍ତ ରାଜ୍ୟଗୁଡିକ ଉପରେ ଅଙ୍ଗୁଳି ନିର୍ଦ୍ଦେଶ ହେଉଛି। ଏହିସବୁ ଚୋରା ଚାଲାଣକୁ ନିୟନ୍ତ୍ରଣ କରିବାକୁ ପଶ୍ଚିମବଙ୍ଗ ସରକାର ସମ୍ପୃକ୍ତ ରାଜ୍ୟଗୁଡିକୁ ଚିଠି ଲେଖିବାକୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?