ଲକ୍‌ଡାଉନ ପରେ ବଢ଼ିଛି ବିଦ୍ୟୁତ୍‌ ରାଜସ୍ବ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ବିଦ୍ୟୁତ୍‌ ରାଜସ୍ବ ସଂଗ୍ରହ ବୃଦ୍ଧି ପାଇଛି। ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରି ଏହା କହିଛନ୍ତି। ଲକ୍‌ଡାଉନ୍‌ ପରବର୍ତ୍ତୀ ସମୟରେ ସମସ୍ତ ଅର୍ଥନୈତିକ କାର୍ଯ୍ୟକ୍ରମ ସହିତ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକରେ ବିଦ୍ୟୁତ୍‌ ବ୍ୟବହାର ବୃଦ୍ଧି ପାଇଛି। ଏହାସହ ରାଜସ୍ବ ଆଦାୟରେ ମଧ୍ୟ ଉନ୍ନତି ଘଟିଛି। ଶିଳ୍ପ ବିଭାଗ ସହିତ ଆଲୋଚନା କରି ରାଜସ୍ବ ଆଦାୟଜନିତ ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାସହ କ୍ୟାପ୍‌ଟିଭ୍‌ ପାଓ୍ବାର ପ୍ଲାଣ୍ଟରେ ଆର୍‌ଟି-ଡିଏଏସ୍‌ ସ୍ଥାପନ ଖୁବ୍‌ଶୀଘ୍ର କରାଯିବାକୁ ସେ ବିଦ୍ୟୁତ୍‌ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ମଧ୍ୟରେ ଘଟିଥିବା ବିଦ୍ୟୁତ୍‌ ଦୁର୍ଘଟଣାଗୁଡ଼ିକର କ୍ଷତି ପୂରଣ ବାବଦରେ ମନ୍ତ୍ରୀ ସମୀକ୍ଷା କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ କ୍ଷତିପୂରଣ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ଘଟୁଥିବା ଦୁର୍ଘଟଣାରୁ ୯୦ ପ୍ରତିଶତ ମନୁଷ୍ୟକୃତ ତ୍ରୁଟି ପାଇଁ ହେଉଛି। ଭବିଷ୍ୟତରେ ଏହାକୁ ହ୍ରାସ କରିବା ଦିଗରେ ଅଧିକ ଯତ୍ନବାନ ହେବାକୁ ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପ୍ରତି ସେକ୍‌ସନ୍‌, ସବ୍‌ଡିଭିଜନ୍‌, ଡିଭିଜନରେ ସେଲ୍‌ ଖୋଲାଯାଇ ବିଦ୍ୟୁତ୍‌ ବ୍ୟବହାର ବେଳେ ସୁରକ୍ଷା ପ୍ରତି ଧ୍ୟାନ ଉପରେ ଜନସଚେତନତା ସୃଷ୍ଟି କରାଯିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri