ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ ୩୩ କେଭି ବିଦ୍ୟୁତ ଲାଇନ୍ ସ୍ୱାଭାବିକ ଥିବାବେଳେ ୧୧ କେଭି ବିଦ୍ୟୁତ ସେବା ଅଚଳ ହୋଇପଡ଼ିଥିବା ଜଣାପଡ଼ିଛି। ଫଳରେ ୧୦ରୁ ଅଧିକ ପଞ୍ଚାୟତ ଅନ୍ଧାରରେ ରହିଛି। ଅଞ୍ଚଳରେ ବିଳମ୍ବିତ ରାତିଠାରୁ ବିଜୁଳି ଘଡ଼ଘଡ଼ି ସହ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ବିଦ୍ୟୁତ ସେବା ବ୍ୟାହତ ହୋଇଥିବା କୁହାଯାଉଛି।

ପ୍ରକାଶ ଯେ, ରବିବାର ସିର୍ତ୍ତିଗୁଡ଼ା ୨୨୦ କେଭି ନୂତନ ଗ୍ରିଡ୍‌ର କାର୍ଯ୍ୟ ପାଇଁ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବିଦ୍ୟୁତ କାଟ କରାଯିବ ବୋଲି ବିଭାଗ ପକ୍ଷରୁ ପୂର୍ବରୁ ଘୋଷଣା କରାଯାଇଥିଲା। କିନ୍ତୁ ଘୋଷିତ ସମୟର ପ୍ରାୟ ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ହୋଇଯିବାକୁ ନେଇ ଜନଅସନ୍ତୋଷ ପ୍ରକାଶ ପାଇଛି।

ସିମନବାଡିଠାରେ ନୂତନ ସବ୍‌ଷ୍ଟେସନ୍ ସ୍ଥାପନ କରାଯାଇଥିଲେ ମଧ୍ୟ ତାହାକୁ ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ କରାଯାଇନଥିବାରୁ ଶହ ଶହ ଉପଭୋକ୍ତା ଦୀର୍ଘ ସମୟ ଧରି ବିଦ୍ୟୁତ ସେବାରୁ ବଞ୍ଚିତ ହେଉଛନ୍ତି। ଏହି ସମସ୍ୟା ପ୍ରତି ଜିଲା ପ୍ରଶାସନ ମଧ୍ୟ ନିରବ ରହିଥିବା ଅଭିଯୋଗ ହେଉଛି। ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ସମସ୍ୟାର ସ୍ଥାୟୀ ସମାଧାନ ହେଉନଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଜନଅସନ୍ତୋଷ ଦିନକୁ ଦିନ ବୃଦ୍ଧି ପାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…

କ୍ରୋଧର କାରଣ

ବର୍ତ୍ତମାନର ଆନ୍ଦୋଳନଗୁଡ଼ିକ ଯେଉଁଭଳି ବଡ଼ ଆକାରରେ ସୃଷ୍ଟି ହେଲା ତାହାକୁ ନେଇ ଅନେକେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଏଭଳି କ୍ରୋଧ କେଉଁ ସ୍ଥିତିରୁ ସୃଷ୍ଟି ହେଲା ତାହା ବୁଝିବା…

୩ ବର୍ଷ ପାଇଁ ଏଚ୍‌-୧ବି ଭିଜା ବନ୍ଦ ଲାଗି ଆମେରିକା ସିନେଟ୍‌ରେ ବିଲ୍‌ ଆଗତ

ଓ୍ୱାଶିଂଟନ,୨୬ା୭: ଆମେରିକା ସିନେଟ୍‌ରେ ଏକ ନୂଆ ବିଧେୟକ ଆସିଛି। ଏହି ବିଲ୍‌ ଅନୁଯାୟୀ ଆଗାମୀ ୩ବର୍ଷ ପାଇଁ ନୂତନ ଏଚ୍‌-୧ବି ଭିଜା ସେବା ବନ୍ଦ ରଖିବାକୁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri