୮ ମାସ ହେଲା ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ, ଗ୍ରାମବାସୀ ହନ୍ତସନ୍ତ

ବାଲିଶଙ୍କରା,୧୫।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ତିଲଡେଗା ଗ୍ରାମରେ ଆଜକୁ ପ୍ରାୟ ୮ ମାସ ହେବ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ଫଳରେ ଗ୍ରାମବାସୀ ହନ୍ତସନ୍ତ ହେଉଛନ୍ତି। ଏପଟେ ଗ୍ରାମରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ଦୀର୍ଘ ୮ ମାସ ହେବ ଲୋ-ଭୋଲଟେଜ ସମସ୍ୟାକୁ ଦ୍ୱିଗୁଣିତ କରିଦେଇଛି। ଗ୍ରାମର ଅନେକ ହିତାଧିକାରୀ ସେମାନଙ୍କ ବକେୟା ବିଦ୍ୟୁତ୍‌ ଦେୟ ପୈଠ କରିସାରିଥିଲେ ମଧ୍ୟ ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେଉନାହାନ୍ତି। ଏ ନେଇ ଗ୍ରାମବାସୀ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କ ଠାରେ ଅଭିଯୋଗ କଲେ ମଧ୍ୟ ନାନା ଆଳ ଦେଖାଇ ଚୁପ୍‌ ହୋଇ ବସିଛନ୍ତି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ପ୍ରଶାସନ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri