ବଢ଼ିପାରେ ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁଳ୍କ ବୃଦ୍ଧି ନେଇ ବିଦ୍ୟୁତ୍‌ ଉତ୍ପାଦନକାରୀ ସଂସ୍ଥା ଓଏଚ୍‌ପିସି, ଓପିଟିସିଏଲ୍‌, ଏସ୍‌ଏଲ୍‌ଡିସି, ଗ୍ରୀଡ୍‌କୋର ଶୁଣାଣି ବୁଧବାର ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି)ରେ ଶେଷ ହୋଇଛି। ଆସନ୍ତା ୨୪ରୁ ୨୮ ତାରିଖ ମଧ୍ୟରେ ବିଦ୍ୟୁତ୍‌ ବଣ୍ଟନକାରୀ କମ୍ପାନୀଗୁଡ଼ିକର ଶୁଣାଣି ହେବ। ମାର୍ଚ୍ଚ ତୃତୀୟ ସପ୍ତାହରେ କମିଶନ ରାୟ ଶୁଣାଇବେ। ଚଳିତ ବର୍ଷ ବିଦ୍ୟୁତ୍‌ ଶୁଳ୍କ ବଢ଼ିବା ନେଇ ସୂଚନା ମିଳୁଛି। ଆସନ୍ତା ବର୍ଷ ନିର୍ବାଚନ ଥିବାରୁ ଶୁଳ୍କ ବୃଦ୍ଧି ନେଇ ଓଇଆରସି କି ନିଷ୍ପତ୍ତି ନେଇଛନ୍ତି ତାହା ଉପରେ ନଜର ରହିଛି।

ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି)ର ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆନୁଆଲ ରେଭିନ୍ୟୁ ରିକ୍ୱାରମେଣ୍ଟ (ଏଆରଆର) ୫୦୧.୩୧ କୋଟି ଏବଂ ପ୍ରତି ୟୁନିଟ୍‌କୁ ୮୯.୪୮ ପଇସାରେ ବିକ୍ରି କରିବାକୁ ଓଇଆରସି ଅନୁମତି ଦେଇଛି। ଆସନ୍ତା ଆର୍ଥିକ ବର୍ଷ ପାଇଁ ୫୬୦୨.୬୦ ନିୟୁତ ୟୁନିଟ ଶକ୍ତି ବିକ୍ରି କରିବ। ଏଆରଆର ବାବଦରେ ୫୬୮.୧୨୭ କୋଟି ଏବଂ ୟୁନିଟ ପିଛା ୧୦୧.୪୦ ପଇସାରେ ବିକ୍ରି କରିବାକୁ ପ୍ରସ୍ତାବ ଦେଇଛି। ସେହିପରି ଓପିଜିସି ଆସନ୍ତା ଆର୍ଥିକ ବର୍ଷ ପାଇଁ ବାର୍ଷିକ ନିର୍ଦ୍ଧାରିତ ମୂଲ୍ୟ ୨୯୨.୫୮ କୋଟି ଏବଂ ପ୍ରତି

ୟୁନିଟକୁ ୧୭୮.୮୫ ପଇସା ମୂଲ୍ୟରେ ଗ୍ରୀଡ୍‌କୋକୁ ବିକ୍ରି କରିବାକୁ ପ୍ରସ୍ତାବ ଦେଇଛି। ଅନୁରୂପ ଭାବେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଓପିିଟିସିଏଲ୍‌ ୩୪,୨୩୬ ନିୟୁତ ୟୁନିଟ ଉତ୍ପାଦନ ବାବଦରେ ୧,୧୦୨ କୋଟି ଖର୍ଚ୍ଚ କରିବାକୁ ଥିବାବେଳେ ପ୍ରତି ୟୁନିଟକୁ ୩୨.୧୯ ପଇସା ବିକ୍ରି କରିବାକୁ ପ୍ରସ୍ତାବ ଦେଇଛି। ବୁଧବାର ଗ୍ରୀଡ୍‌କୋର ଶୁଣାଣି ପରେ ରାୟ ସଂରକ୍ଷିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri