ଏନ୍‌ଫୋର୍ସମେଣ୍ଟ ଟିମ୍‌ ସହାୟତାରେ ୫ଜିଲାରେ ବିଦ୍ୟୁତ୍‌ ଚୋରି ହ୍ରାସ

ବାଲେଶ୍ୱର,୭ା୨: ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣର ଏକ ପ୍ରମୁଖ ପ୍ରତିବନ୍ଧକ ହେଉଛି ବିଦ୍ୟୁତ ଚୋରି କାରଣ ତାହା ନେଟ୍‌ୱର୍କ ଉପରେ ଅଧିକ ଚାପ ସୃଷ୍ଟି ସହ ଟ୍ରିପିଂ ହୋଇଥାଏ। ଏହି ସମସ୍ୟାକୁ ଦୂର କରିବାର ଆବଶ୍ୟକତା ବିଚାରକୁ ନେଇ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ପକ୍ଷରୁ ବିଦ୍ୟୁତ ଚୋରିକୁ ବନ୍ଦ କରିବା ଲାଗି ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌ ମୁତୟନ କରାଯାଇଛି। ଗତ ଆଠ ମାସ ମଧ୍ୟରେ ଟିମ୍‌ର ମିଳିତ ଉଦ୍ୟମ ଯୋଗୁଁ ୨୫,୭୦୪ ଜଣ ଗ୍ରାହକଙ୍କଠାରୁ ମିଟର୍‌ ହେର୍‌ଫେର୍‌, ହୁକ ପକାଇବା, ମିଟର୍‌ ବାଇପାସ୍‌ କରିବା ଆଦି ଜରିଆରେ ହୋଇଥିବା ୫୭,୦୦୦ କିଲୋୱାଟ୍‌ର ଅଣସ୍ବୀକୃତ ଲୋଡ୍‌ ଚିହ୍ନଟ କରାଯାଇଛି। ସେହିଭଳି ବିଦ୍ୟୁତ ଚୋରିକୁ ଧରିବା ଲାଗି ପ୍ରତି ଟିମ୍‌ରେ ୧୦୪ ଜଣ ଲେଖାଏଁ ସଦସ୍ୟ ବିଶିଷ୍ଟ ମୋଟ୍‌ ୨୦ଟି ଟିମ୍‌କୁ ୨୪ ଘଣ୍ଟିଆ ମୁତୟନ ରଖାଯାଇଛି।
ଏ ସମ୍ପର୍କରେ ଟିପିଏନ୍‌ଓଡିଏଲ୍‌ର ସିଇଓ ଭାସ୍କର ସରକାର କହିଛନ୍ତି, ଏକ ଦାୟିତ୍ୱବାନ ବିଦ୍ୟୁତ କମ୍ପାନୀ ଭାବେ ଆମର ଗ୍ରାହକମାନଙ୍କୁ ଭରସାଯୋଗ୍ୟ ଓ ସୁଲଭ ବିଦ୍ୟୁତ ଯୋଗାଇ ଦେବା ଉପରେ ଆମେ ସର୍ବଦା ଧ୍ୟାନ ଦେଉଛୁ। ଆମର ଏହି ପ୍ରତିବଦ୍ଧତା ଦିଗରେ ଅନ୍ୟ ଏକ ପଦକ୍ଷେପ ହେଉଛି ବିଦ୍ୟୁତ ଚୋରିକୁ ଧରିବା ଲାଗି ଏକ କଠିନ ପରିଶ୍ରମୀ ଓ ଉତ୍ସର୍ଗୀକୃତ ଟିମ୍‌ ମୁତୟନ କରିବା। ଏକ ଦୃଢ଼ ନେଟ୍‌ୱର୍କ ସୃଷ୍ଟି କରିବା ଏବଂ ଆମ ଗ୍ରାହକମାନଙ୍କୁ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ କରିବା ଲାଗି ଅଧିକ ଉଦ୍ୟମ ସହିତ କାର୍ଯ୍ୟ ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri