ଗାଁ ରାସ୍ତା ମଝିରେ ବିଦ୍ୟୁତ ଟ୍ରାନ୍ସଫର୍ମର ଖୁଣ୍ଟ

ଡୁଙ୍ଗୁରିପାଲି,୧୩ା୭( ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ଦିଗଶିରା ଗାଁ ଶିବ ମନ୍ଦିର ନିକଟ ଚାରି ଛକ ରାସ୍ତା ମଝିରେ ଦୀର୍ଘ ଦିନ ହେଲା ବିଦ୍ୟୁତ ଟ୍ରାନ୍ସଫର୍ମର ବସିଥିବା ଏକ ଖୁଣ୍ଟ ରହିଛି। ରାସ୍ତାରେ ଏହି ଖୁଣ୍ଟ ଥିବାରୁ ଧନ ଜୀବନ ପ୍ରତି ବିପଦ ଆଶଙ୍କା ଦେଖାଯାଉଛି। ଦିଗଶିରା ମେହେରପଡ଼ା ହନୁମାନ ମନ୍ଦିର ଛକରୁ ଆରମ୍ଭ ହୋଇଥିବା ଏହି ରାସ୍ତା ପଥେଇପଡାରୁ-ଆରଡି ରାସ୍ତାକୁ ସଂଯୋଗ ହୋଇଛି। ଏହି ରାସ୍ତା ଦେଇ ଦିଗଶିରା ଉପ ବଜାର ପ୍ରାଙ୍ଗଣ ମାର୍କେଟ, ଇନ୍ଦିରାନଗର ଓ ଡାହୁକଗୁଡ଼କୁ ଲୋକେ ଯାତାୟାତ କରିଥାନ୍ତି। ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଖୁଣ୍ଟ ସମ୍ମୁଖ ରାସ୍ତା ପାର୍ଶ୍ୱ ରେ ୪ ଗୋଟି ଅଙ୍ଗନୱାଡି କେନ୍ଦ୍ର ରହିଛି। ପ୍ରତିଦିନ କୋମଳମତି ଶିଶୁମାନେ ଅଙ୍ଗନୱାଡି କେନ୍ଦ୍ରକୁ ଏହି ରାସ୍ତା ଦେଇ ପାଠ ପଢି ଯାଉଛନ୍ତି। ଦିଗଶିରା ଗାଁ ବସ୍ତିରୁ ଲୋକେ ଧନୁଯାତ୍ରା ପଡ଼ିଆ ଅଙ୍ଗ ନଦୀକୁ ଶୌଚ, ଗାଧୋଇବା, ନିତ୍ୟ କର୍ମ ପାଇଁ ଯାଇଥାନ୍ତି। ଦିଗଶିରା ଗ୍ରାମର ମୁଖ୍ୟ ରାସ୍ତା ହୋଇଥିବାରୁ ସ୍କୁଲ ଛାତ୍ରୀଛାତ୍ର ପାଠ ପଢିବାକୁ ଯାଉଛନ୍ତି। ପ୍ରତିଦିନ ଅଙ୍ଗ ନଦୀରୁ ବାଲି ବୋଝେଇ ଟ୍ରାକ୍ଟରଗୁଡ଼ିକ ଯାତାୟାତ ହେଉଛି। ଏହାଛଡା ଚାରିଚକିଆ ଯାନ ଯାଉଛି। ତେବେ ବିପଦଜନକ ଭାବେ ଥିବା ଉକ୍ତ ବିଦ୍ୟୁତ ଟ୍ରାନ୍ସଫର୍ମର ଖୁଣ୍ଟରେ କୌଣସି କାରଣରୁ ଗାଡ଼ି ପିଟି ହୋଇ ଦୁର୍ଘଟଣା ଘଟିବା ଆଶଙ୍କା ଏଡାଇ ଦିଆଯାଇ ନ ପାରେ। ଫଳରେ ଲୋକେ ସେହି ରାସ୍ତା ଦେଇ ଯାତାୟାତ କରିବାକୁ ଭୟ କରୁଛନ୍ତି। ଯଥାଶୀଘ୍ର ଏହି ଖୁଣ୍ଟ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri