Posted inଫୁରସତ

ଗୋବରରୁ ଉତ୍ପନ୍ନ ହେବ ବିଜୁଳି

ଗାଈ ଗୋବରର ଉପକାରିତା ବିଷୟରେ ବହୁତ ଶୁଣିଥିବେ। ବାୟୋଗ୍ୟାସ, ଗୋବର ଗ୍ୟାସ, ଖତ ଏବଂ ଗୋବରରୁ ଦୀପ ତିଆରି ହୋଇଥିବା ସମ୍ପର୍କରେ ବି ପୂର୍ବରୁ ଜାଣିଥିବେ। ଏଥିସହିତ କିଛି ଲୋକ ଗୋବର ଖାଇବାର ଉପକାରିତା ବିଷୟରେ ମଧ୍ୟ କହିଥିବା ଶୁଣିଥିବେ। ନିକଟରେ ଜଣେ ଡାକ୍ତରଙ୍କ ଭିଡିଓ ଭାଇରାଲ ହୋଇଥିଲା। ଏହି ଭିଡିଓରେ ଡାକ୍ତର ଜଣକ ଗୋବର ଖାଇବାର ଉପକାରିତା ବିଷୟରେ କହୁଥିବାର ନଜର ଆସିଥିଲେ।

ଏତେସବୁ ପରେ ଏବେ ଗୋବର ବିଷୟରେ ଆଉ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। ଗୋବରରୁ ବର୍ତ୍ତମାନ ବିଦ୍ୟୁତ୍‌ ଉତ୍ପନ୍ନ ହେବ। ବ୍ରିଟିଶ କୃଷକମାନେ ଗୋବରରୁ ବିଦ୍ୟୁତ ପାଇଁ ଏକ ବିକଳ୍ପ ପ୍ରସ୍ତୁତ କରିଛନ୍ତି। କୃଷକଙ୍କ ଏକ ଗୋଷ୍ଠୀ ଅନୁଯାୟୀ, ସେମାନେ ଗୋବରରୁ ଏପରି ପାଉଡର ପ୍ରସ୍ତୁତ କରିଛନ୍ତି, ଯେଉଁଥିରୁ ବ୍ୟାଟେରୀ ତିଆରି ହୋଇପାରିବ।

ବ୍ରିଟେନର କୃଷକମାନେ ଏକ କିଲୋଗ୍ରାମ ଗୋବରରୁ ପର୍ଯ୍ୟାପ୍ତ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ କରିଛନ୍ତି, ଯାହା କ୍ରମାଗତ ଭାବରେ ୫ ଘଣ୍ଟା ପାଇଁ ଏକ ଭ୍ୟାକ୍ୟୁମ୍‌ କ୍ଲିନର୍‌ ଚାଲିପାରବ। ଗୋବରର ପାଉଡର ତିଆରି କରି ଏହି ବ୍ୟାଟେରୀ ପ୍ରସ୍ତୁତ କରାଯାଇଛି। ଗୋବରରୁ ଅତି କମ୍‌ରେ ତିନୋଟି ଘର ବର୍ଷସାରା ଆରାମରେ ବିଦ୍ୟୁତ୍‌ ପାଇପାରିବେ। ଏହା ବ୍ୟତୀତ କେବଳ ଏକ କିଲୋଗ୍ରାମ ଗୋବରରୁ ୩.୭୫ କିଲୋୱାଟ ବିଦ୍ୟୁତ୍‌ ଉତ୍ପାଦନ ହୋଇପାରିବ। ଏଭଳି ପରିସ୍ଥିତିରେ ଯଦି ୪, ୬୦,୦୦୦ ଗାଈଙ୍କ ଗୋବରରୁ ବିଦ୍ୟୁତ୍‌ ତିଆରି ହୁଏ, ତେବେ ୧୨ ଲକ୍ଷ ଘରକୁ ବିଦ୍ୟୁତ୍‌ ଯୋଗାଣ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?