ବିଦ୍ୟୁତତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟଣା: ୯ ଗିରଫ

ଦେବଗଡ଼,୧୨ା୧୧(ଡି.ଏନ୍‌.ଏ.): ରିଆମାଳ ଥାନା ତାରଙ୍ଗ ପଞ୍ଚାୟତ ଅନ୍ତର୍ଗତ ନିଶାବିରା ଗ୍ରାମରେ ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ଜୀବନ୍ତ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗତ ସୋମବାର ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା। ଏହି ମାମଲାରେ କେସ୍‌ ନମ୍ବର ୫୦୭/୨୨ରେ ୯ ଶିକାରୀଙ୍କୁ ଗିରଫ କରିଛି ରିଆମାଳ ପୋଲିସ। ସେମାନେ ହେଲେ ସେହି ଗ୍ରାମର ବିଷ୍ଣୁ ପ୍ରଧାନ(୩୭), ତଅଁଳୁ ସାହୁ(୨୫),ପ୍ରତାପ କିସାନ(୨୬)(ବାଙ୍ଗୁରୁ),ତନୁ ପ୍ରଧାନ(୩୫),ବିକାଶ କିସାନ(୨୮),କାଇଁସର ଗ୍ରାମର ଅର୍ଜୁନ ପ୍ରଧାନ(୩୬),ପ୍ରମୋଦ ପ୍ରଧାନ(୩୫)(ପରି), ନିଶାବିରା ନୂଆଁସାହିର ମାନସ ସାହୁ(୩୨)ଓ ବାବୁଲି ସାହୁ (୩୫)। ଖବର ମୁତାବକ ତାର ସଂସ୍ପର୍ଶରେ ସେହି ଗ୍ରାମର ଦେବ ସାହୁ (୫୦)ଙ୍କ ମୃତ୍ୟୁ ହୋଇଥିଲା। ମଙ୍ଗଳବାର ସକାଳେ ପରିବାର ଓ ଗ୍ରାମବାସୀ ଜାଣିଥିଲେ। ସଙ୍ଗେ ସଙ୍ଗେ ଦେବଙ୍କ ପୁଅ କୁନା ସାହୁ(୨୫) ରିଆମାଳ ଥାନାର ଦାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ। ରିଆମାଳ ଥାନାଧିକାରୀ ଲଳିତା ପ୍ରଧାନ ସଦଳବଳ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲେ। ମୃତଦେହ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ୧୦ ଜଣ ଶିକାରୀ ମିଶି ଏପରି ବେଆଇନ ଭାବେ ଶିକାର ପାଇଁ ତାର ବିଛାଇଥିବା ପକ୍ଷରୁ ପୋଲିସ ତଦନ୍ତରୁ ଜାଣିଥିଲା। ଏହି ମାମଲା ଥାନାଧିକାରୀ ହାତକୁ ନେଇ ଜୋରଦାର ତଦନ୍ତ ଚଳାଇଥିଲେ। ନିଶାବିରା ଓ ନିକଟସ୍ଥ କାଇଁସର ଗ୍ରାମର ଶିକାରୀଓ ସାମିଲ ଥିବା ଜଣାପଡ଼ିଥିଲା। ଘଟଣା ଘଟାଇ ଶିକାରୀମାନେ ନିଶାବିରା ପାଣୁନାଳୀ କଣ୍ଟା ଜଙ୍ଗଲରେ ଲୁଚି ଶିକାର କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଶନିବାର ସକାଳେ ଥାନାଧିକାରୀଙ୍କ ସହ ଏକ ପୋଲିସ ଦଳ ଉକ୍ତ ସ୍ଥାନରେ ପହଞ୍ଚି ଚଢ଼ାଉ କରିଥିଲା। ଦୁଇ ଦଳ ହୋଇ ଶିକାରୀମାନେ ଲୁଚି ରହିଥିଲେ। ପୋଲିସ ସେମାନଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ସେମାନଙ୍କ ପାଖରୁ ଏକ ଦେଶୀ ବନ୍ଧୁକ,ଟାଙ୍ଗିଆ, ୫ଶହ ମିଟର ବିଦ୍ୟୁତ ତାର,୧ଶହ ମିଟରର ଆଲୁମିନିୟମ ତାର, ବିଦ୍ୟୁତ ତାରରେ ହୁକ୍‌ ପାଇଁ ବ୍ୟବହାର ହେଉଥିବା ବାଉଁଶ,କାଠ ଓ ବାଉଁଶରେ ତିଆରି ୧୬ଟି କାଠି,୩ଟି ମୋବାଇଲ,୬ଟି ଖାଲି ବିଅର ବୋତଲ,୨୨ଲିଡ୍‌ ପ୍ଲେଟ୍‌ ଜବତ କରାଯାଇଛି। ଅଭିଯୁକ୍ତଙ୍କୁ ଅଧିକ ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri