ଆନ୍ଦୋଳନକୁ ଓହ୍ଲାଇବ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଠିକା ନିଯୁକ୍ତିକୁ ଉଚ୍ଛେଦ କରିଥିବାବେଳେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ବିଶେଷକରି ଏନ୍‌ପିଏସ୍‌ ବର୍ଗର ପ୍ରାୟ ୧ଲକ୍ଷରୁ ଊର୍ଦ୍ଧ୍ୱ ଶିକ୍ଷକମାନଙ୍କୁ ଏଥିରୁ ବଞ୍ଚତ୍ତ କରିଛନ୍ତି, ଯାହାକୁ ନେଇ ପ୍ରାଥମିକ ଶିକ୍ଷକମାନେ ଅସନ୍ତୋଷ ଜାହିର କରିଛନ୍ତି। ସରକାରଙ୍କ ପାଖରେ ସମସ୍ତ ଜନସାଧାରଣ ସମାନ ରହିବା କଥା। ମାତ୍ର ରାଜ୍ୟ ସରକାର ପ୍ରାଥମିକ ଶିକ୍ଷକ ବର୍ଗଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରିଥିବା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଅମିୟ କୁମାର ଦାସ ଅଭିଯୋଗ କରିଛନ୍ତି। ରବିବାର ସଂଘ ପକ୍ଷରୁ ଶିକ୍ଷକ ଭବନଠାରେ ଏକ ବୈଠକ ଆୟୋଜିତ ହୋଇଯାଇଛି। ସରକାର ତୁରନ୍ତ ଠିକା ନିଯୁକ୍ତି ଉଚ୍ଛେଦ ନ କଲେ ଆଗାମୀ ଦିନରେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ଏକତ୍ରିିତ ହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦିଆଯାଇଛି। ଏଥିସହ ସରକାର ତୁରନ୍ତ ୬ ବର୍ଷର ଠିକା ନିଯୁକ୍ତି ସମୟକୁ ମୂଳ ଚାକିରିରେ ଗଣନା କରିବା, ୬ଟି ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ପାଇଁ ଦାବି ଉପସ୍ଥାପନ କରାଯାଇଥିଲା। ହୃଦାନନ୍ଦ ଦ୍ୱିବେଦୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ରାଜ୍ୟ ସଂଯୋଜିକା ଚାରୁଲତା ମହପାତ୍ର, ପ୍ରାଥମିକ ବିଏଡ଼ ଶିକ୍ଷକ ସଂଘର ସଭାପତି ଅଜୟ ଧଳ, ଆଟ୍ରିବୁଜ ସଂଘର ସନ୍ତୋଷ ପ୍ରଧାନ, କନିଷ୍ଠ ଶିକ୍ଷକ ସଂଘର ଆଦିତ୍ୟ ସ୍ବାଇଁ ଏବଂ ଏନ୍‌ପିଏସ୍‌ ସଂଘର ସୁନିଲ ପ୍ରଧାନ ପ୍ରମୁଖ ବହୁ ନେତୃବୃନ୍ଦ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri