ଆନ୍ଦୋଳନକୁ ଓହ୍ଲାଇବ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଠିକା ନିଯୁକ୍ତିକୁ ଉଚ୍ଛେଦ କରିଥିବାବେଳେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ବିଶେଷକରି ଏନ୍‌ପିଏସ୍‌ ବର୍ଗର ପ୍ରାୟ ୧ଲକ୍ଷରୁ ଊର୍ଦ୍ଧ୍ୱ ଶିକ୍ଷକମାନଙ୍କୁ ଏଥିରୁ ବଞ୍ଚତ୍ତ କରିଛନ୍ତି, ଯାହାକୁ ନେଇ ପ୍ରାଥମିକ ଶିକ୍ଷକମାନେ ଅସନ୍ତୋଷ ଜାହିର କରିଛନ୍ତି। ସରକାରଙ୍କ ପାଖରେ ସମସ୍ତ ଜନସାଧାରଣ ସମାନ ରହିବା କଥା। ମାତ୍ର ରାଜ୍ୟ ସରକାର ପ୍ରାଥମିକ ଶିକ୍ଷକ ବର୍ଗଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରିଥିବା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଅମିୟ କୁମାର ଦାସ ଅଭିଯୋଗ କରିଛନ୍ତି। ରବିବାର ସଂଘ ପକ୍ଷରୁ ଶିକ୍ଷକ ଭବନଠାରେ ଏକ ବୈଠକ ଆୟୋଜିତ ହୋଇଯାଇଛି। ସରକାର ତୁରନ୍ତ ଠିକା ନିଯୁକ୍ତି ଉଚ୍ଛେଦ ନ କଲେ ଆଗାମୀ ଦିନରେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ଏକତ୍ରିିତ ହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦିଆଯାଇଛି। ଏଥିସହ ସରକାର ତୁରନ୍ତ ୬ ବର୍ଷର ଠିକା ନିଯୁକ୍ତି ସମୟକୁ ମୂଳ ଚାକିରିରେ ଗଣନା କରିବା, ୬ଟି ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ପାଇଁ ଦାବି ଉପସ୍ଥାପନ କରାଯାଇଥିଲା। ହୃଦାନନ୍ଦ ଦ୍ୱିବେଦୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ରାଜ୍ୟ ସଂଯୋଜିକା ଚାରୁଲତା ମହପାତ୍ର, ପ୍ରାଥମିକ ବିଏଡ଼ ଶିକ୍ଷକ ସଂଘର ସଭାପତି ଅଜୟ ଧଳ, ଆଟ୍ରିବୁଜ ସଂଘର ସନ୍ତୋଷ ପ୍ରଧାନ, କନିଷ୍ଠ ଶିକ୍ଷକ ସଂଘର ଆଦିତ୍ୟ ସ୍ବାଇଁ ଏବଂ ଏନ୍‌ପିଏସ୍‌ ସଂଘର ସୁନିଲ ପ୍ରଧାନ ପ୍ରମୁଖ ବହୁ ନେତୃବୃନ୍ଦ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri