‘ତଳ ବରଡ଼ା ଖସୁଛି, ଉପର ବରଡ଼ା ହସୁଛି, ମଝି ବରଡ଼ା କହୁଛି…’ ୨ ବିଧାୟକ ନିଲମ୍ବନ ପରେ ଏମିତି କହିଲେ…

ଭୁବନେଶ୍ୱର,୧୬।୧: ବିଜେଡିରୁ ୨ ନେତା ନିଲମ୍ବିତ ହେବା ପରେ ରାଜନୀତି ଉଷ୍ମ ରହିଛି। ଏହି ସମୟରେ ବିଜେଡିକୁ ଏଲିନା ଦାଶ ଟାର୍ଗେଟ କରିଛନ୍ତି। ଏଲିନା କହିଛନ୍ତି, ବିଜେଡିକୁ ଏବେ ପ୍ରଭୁ ଜଗନ୍ନାଥ ହିଁ ଭରସା। ତାଳ ଗଛର ବରଡ଼ା ଉପାଖ୍ୟାନ ଦେଇ ଦଳୀୟ ଶୃଙ୍ଖଳାକୁ ତାତ୍ସଲ୍ୟ କରି ସେ କହିଛନ୍ତି, ତଳ ବରଡ଼ା ଖସୁଛି, ଉପର ବରଡ଼ା ହସୁଛି। ମଝି ବରଡ଼ା ଥାଇ କହୁଛି ମୋ ବେଳ କାଳ ଆସୁଛି। ୫୧ରୁ ୫୦ ହେଲେ, ଏବେ ୪୮ ହେଲେ। ଗୋଟିଏ କ୍ରୀତଦାସ ପାଇଁ ବିଜେଡି କର୍ମୀ ତୃଣମୂଳ ସ୍ତରରେ ହନ୍ତସନ୍ତ। ଯଦି ବିଧାୟକମାନେ ଏକ ନ ହୋଇ କ୍ରୀତଦାସତା କରିବେ। ଆଗାମୀ ଦିନରେ କାହା ବେଳ କାଳ କେତେବେଳେ ଆସିବ। କେବଳ ପ୍ରେସ ରିଲିଜ ଏବଂ ମିଡିଆରୁ ହିଁ ସମସ୍ତେ ଜାଣିବାକୁ ପାଇବେ। ବେଳ ଥାଉ ଥାଉ ବିଧାୟକ ଏକ ହେବାକୁ ପରାମର୍ଶ ଦେଇଛନ୍ତି ଏଲିନା। ଏକତା ହିଁ ବଳ, ବିଭାଜନ ହିଁ ପତନ ବୋଲି ଏଲିନା କହିଛନ୍ତି।

ଗୁରୁବାର ବିଜେଡି ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ୨ ବିଧାୟକଙ୍କୁ ନିଲମ୍ବନ କରାଯାଇଛି। ସେମାନେ ହେଲେ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର। ଦଳ ବିରୋଧି କାର୍ଯ୍ୟ ଯୋଗୁ ସୁପ୍ରିମୋ ନବୀନ ପଟ୍ଟନାୟକ ନିଲମ୍ବିତ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri