ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା ହାତୀ । ହାତୀଟି ଗାଁ ନିକଟବର୍ତ୍ତୀ ଅଞ୍ଚଳରେ ବୁଲୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ଏହି ଦନ୍ତା ହାତୀର ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ମଧ୍ୟ ହାତୀଟି ବାରମ୍ବାର ଜନବସତି ମୁହାଁ ହେଉଥିବାରୁ ଲୋକଙ୍କ ଚିନ୍ତା ବଢ଼ିଛି। ବନ ବିଭାଗ ପକ୍ଷରୁ ହାତୀର ଗତିବିଧି ଉପରେ କଡ଼ା ନଜର ରଖାଯାଉଥିବା ବେଳେ ଏହାକୁ ଜଙ୍ଗଲ ମୁହାଁ ଘଉଡ଼ାଇବା ପାଇଁ ପ୍ରୟାସ ଜାରି ରହିଛି।

 

Dharitri – Odisha’s No.1 Odia Daily

Share