ମଦଭାଟିରେ ହାତୀ ଉପଦ୍ରବ : ଯୁବକଙ୍କ ଜୀବନ ଗଲା

ବାରିପଦା ଅଫିସ,୬ା୬: ବାରିପଦା ସହର ନିକଟ ମଞ୍ଚାବନ୍ଧାଠାରେ ୧୪ଟିକିଆ ହାତୀପଲଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ଯୁବକ। ଯୁବକ ଜଣଙ୍କ ହେଲେ ବିହାରର ଔରଙ୍ଗାବାଦ ଅଞ୍ଚଳର ଧୀରଜ କୁମାର ସିଂ। ସେ ବାରିପଦାରେ ରହି ଏକ ମଦ ଦୋକାନରେ କାର୍ଯ୍ୟ କରୁଥିଲେ। ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ହାତୀ ଆତଙ୍କ ଲାଗିରହିଥିବା ବେଳେ ରବିବାର ବିଳମ୍ବିତ ରାତିରେ ମହୁଲିଆ ପଟରୁ ଏହି ହାତୀପଲଟି ମଞ୍ଚାବନ୍ଧା ପଟକୁ ଯାଉଥିଲେ। ସେଠାରେ ଥିବା ଏକ ଦେଶୀ ମଦଭାଟିର ମହୁଲି ବାସ୍ନା ପାଇ ହାତୀପଲ ପହଞ୍ଚିଥିଲେ। ଏହି ସମୟରେ ଭାଟିରେ ଧୀରଜ ଶୋଇଥିବା ଅବସ୍ଥାରେ ହାତୀ ଉଠାଇ କଚାଡ଼ି ମାରି ଦେଇଥିବା ଜଣାପଡ଼ିଛି। ସେଠାରୁ ତାଙ୍କୁ ଉଦ୍ଧାର କରି ତୁରନ୍ତ ବାରିପଦା ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଛନ୍ତି। ଏଥିସହ ହାତୀପଲ ମହୁଲିଆ ଅଞ୍ଚଳରେ ଶ୍ୟାମ ସିଂ ଏବଂ ବାପୁନ ସିଂ ନାମକ ଦୁଇଜଣ ବ୍ୟକ୍ତିଙ୍କ ଘର ଭାଙ୍ଗି ଦେଇଥିବା ଜଣାପଡ଼ିଛି । ଏବେ ହାତୀପଲ ଶଙ୍ଖାଭଙ୍ଗା ସଂରକ୍ଷିତ ଜଙ୍ଗଲରେ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?