ଗାଈ ଚରାଇବାକୁ ଯାଇ ହାତୀ ଆକ୍ରମଣରେ ଚାଲିଗଲା ଜୀବନ

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ନେଲୁଙ୍ଗ ସଂରକ୍ଷିତ ଜଙ୍ଗଲରେ ନିଖୋଜ ଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ଭାଗିରଥୀ ମହାନ୍ତ(୫୫) ଏବଂ ତାଙ୍କ ଘର ମଇଦାନକେଲ ନିକଟ ବାସୁଦେବପୁର ଗ୍ରାମରେ ବୋଲି ଜଣାପଡ଼ିଛି। ଗତ ୨୦ ତାରିଖରେ ଭାଗିରଥୀ ଗାଈ ଚରାଇବାକୁ ନେଲୁଙ୍ଗ ସଂରକ୍ଷିତ ଜଙ୍ଗଲକୁ ଯାଇ ଆଉ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇ ନ ଥିଲେ। ୨୨ ତାରିଖରେ ପରିବାର ଲୋକ ତାଙ୍କ ମୃତଦେହ ନେଲୁଙ୍ଗ ସଂରକ୍ଷିତ ଜଙ୍ଗଲରେ ପାଇ ବନବିଭାଗକୁ ସୂଚନା ଦେଇଥିଲେ। ସଦର ରେଞ୍ଜର ବିଜୟ ମହାନ୍ତ,ଟାଉନ ଫରେଷ୍ଟର ପ୍ରଦୀପ ବାରିକ, ମଇଦାନକେଲ ବିଟ୍‌ ଫରେଷ୍ଟ ଗାର୍ଡ ମିତ୍ରଭାନୁ ନାଏକ ଭାଗିରଥୀଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ୨୦ ତାରିଖରେ ମଇଦାନକେଲ ଓ ନେଲୁଙ୍ଗ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ୧୮ ଟିକିଆ ହାତୀପଲ ଥିଲେ। ବନବିଭାଗ ବିଳମ୍ବରେ ସୂଚନା ପାଇବାକୁ ନେଇ ବିଭାଗର ପାଟ୍ରୋଲିଂ ଉପରେ ପ୍ରଶ୍ନ ଉଠିଛି। ସଂରକ୍ଷିତ ଜଙ୍ଗଲରେ ଏଭଳି ଘଟଣା ଘଟିଛି। ତାଙ୍କୁ ସରକାରଙ୍କ ନିୟମାନୁଯାୟୀ କ୍ଷତିପୂରଣ ମିଳିବ ବୋଲି ରେଞ୍ଜ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?