ବୃଦ୍ଧଙ୍କୁ ଶୁଣ୍ଢରେ କଚାଡ଼ିଲା ଦନ୍ତା, ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ବରଗୋଡ଼ା ଗ୍ରାମର ବଳ ଦେହୁରୀ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ବୁଧବାର ଅପରାହ୍ନରେ ବରଗୋଡ଼ା ଗାଁ ନିକଟ ଚମ୍ପାଝର ନିକଟରେ ଖରାଟିଆ ଧାନଚାଷ ଜଗି ଥିବା ବେଳେ ଏକ ଗୋଟିକିଆ ଦନ୍ତାହାତୀ ହଠାତ୍‌ ବରଗୋଡ଼ା ଗ୍ରାମର ବଳ ଦେହୁରୀ(୬୦)ଙ୍କୁ ଆକ୍ରମଣ କରି ଶୁଣ୍ଢରେ କଚାଡ଼ି ଫିଙ୍ଗି ଦେଇଥିଲା। ଉକ୍ତ ସମୟରେ ବରଗୋଡ଼ା-ପାଲଲହଡ଼ା ରାସ୍ତାରେ ଏକ ଟ୍ରାକ୍ଟର ଆସି ଯିବାରୁ ଦନ୍ତା ହାତୀଟି ଉକ୍ତ ସ୍ଥାନ ଛାଡ଼ି ପଳାଇ ଯିବାରୁ ମରଣ ମୁହଁରୁ ବଞ୍ଚି ଯାଇଥିଲେ। ଘଟଣା ଘଟିଥିବା ସ୍ଥାନଠାରୁ ଅଳ୍ପ ଦୂରରେ ଥିବା ତଳ ବିରିକଳା ଖେସରା ଜଙ୍ଗଲରେ ୧୪ ଟିକିଆ ହାତୀପଲ ଅଛନ୍ତି। ବନ ବିଭାଗ କର୍ମଚାରୀ ଖବର ପାଇ ଘଟଣାସ୍ଥଳକୁ ଯାଇ ୧୦୮ ଆମ୍ବୁଲାନ୍ସରେ ପ୍ରଥମେ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ଗୁରୁତର ହେବାରୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ପଠାଇଥିଲେ। ଉକ୍ତ ସମୟରେ ତୁମ୍ବାଡିହି ନାଳକୁ ପାଣି ପାଇଁ ଯାଉଥିବା ୧୦ଜଣ ମହିଳାଙ୍କୁ ହାତୀ ଘଉଡ଼ାଇବାରୁ ସେମାନେ ଘରକୁ ଧାଇଁ ପଳାଇ ଆସି ଜୀବନ ରକ୍ଷା କରିଥିଲେ। ଖବର ପାଇ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟନକାନ୍ତ ସାହୁ,ଶୁଆକାଟି ସେକ୍ସନ ଫରେଷ୍ଟର ଜ୍ୟୋତିର୍ମୟୀ ପଟ୍ଟନାୟକ ଏବଂ ତରମାକାନ୍ତ ବିଟ୍‌ ଫରେଷ୍ଟ ଗାର୍ଡ ସରୋଜ ନାୟକ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଆହତଙ୍କୁ ସରକାରୀ ନିୟମ ମୁତାବକ କ୍ଷତିପୂରଣ ରାଶି ପ୍ରଦାନ କରାଯିବ ବୋଲି ରେଞ୍ଜର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri