ବୃଦ୍ଧଙ୍କୁ ଶୁଣ୍ଢରେ କଚାଡ଼ିଲା ଦନ୍ତା, ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ବରଗୋଡ଼ା ଗ୍ରାମର ବଳ ଦେହୁରୀ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ବୁଧବାର ଅପରାହ୍ନରେ ବରଗୋଡ଼ା ଗାଁ ନିକଟ ଚମ୍ପାଝର ନିକଟରେ ଖରାଟିଆ ଧାନଚାଷ ଜଗି ଥିବା ବେଳେ ଏକ ଗୋଟିକିଆ ଦନ୍ତାହାତୀ ହଠାତ୍‌ ବରଗୋଡ଼ା ଗ୍ରାମର ବଳ ଦେହୁରୀ(୬୦)ଙ୍କୁ ଆକ୍ରମଣ କରି ଶୁଣ୍ଢରେ କଚାଡ଼ି ଫିଙ୍ଗି ଦେଇଥିଲା। ଉକ୍ତ ସମୟରେ ବରଗୋଡ଼ା-ପାଲଲହଡ଼ା ରାସ୍ତାରେ ଏକ ଟ୍ରାକ୍ଟର ଆସି ଯିବାରୁ ଦନ୍ତା ହାତୀଟି ଉକ୍ତ ସ୍ଥାନ ଛାଡ଼ି ପଳାଇ ଯିବାରୁ ମରଣ ମୁହଁରୁ ବଞ୍ଚି ଯାଇଥିଲେ। ଘଟଣା ଘଟିଥିବା ସ୍ଥାନଠାରୁ ଅଳ୍ପ ଦୂରରେ ଥିବା ତଳ ବିରିକଳା ଖେସରା ଜଙ୍ଗଲରେ ୧୪ ଟିକିଆ ହାତୀପଲ ଅଛନ୍ତି। ବନ ବିଭାଗ କର୍ମଚାରୀ ଖବର ପାଇ ଘଟଣାସ୍ଥଳକୁ ଯାଇ ୧୦୮ ଆମ୍ବୁଲାନ୍ସରେ ପ୍ରଥମେ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ଗୁରୁତର ହେବାରୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ପଠାଇଥିଲେ। ଉକ୍ତ ସମୟରେ ତୁମ୍ବାଡିହି ନାଳକୁ ପାଣି ପାଇଁ ଯାଉଥିବା ୧୦ଜଣ ମହିଳାଙ୍କୁ ହାତୀ ଘଉଡ଼ାଇବାରୁ ସେମାନେ ଘରକୁ ଧାଇଁ ପଳାଇ ଆସି ଜୀବନ ରକ୍ଷା କରିଥିଲେ। ଖବର ପାଇ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟନକାନ୍ତ ସାହୁ,ଶୁଆକାଟି ସେକ୍ସନ ଫରେଷ୍ଟର ଜ୍ୟୋତିର୍ମୟୀ ପଟ୍ଟନାୟକ ଏବଂ ତରମାକାନ୍ତ ବିଟ୍‌ ଫରେଷ୍ଟ ଗାର୍ଡ ସରୋଜ ନାୟକ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଆହତଙ୍କୁ ସରକାରୀ ନିୟମ ମୁତାବକ କ୍ଷତିପୂରଣ ରାଶି ପ୍ରଦାନ କରାଯିବ ବୋଲି ରେଞ୍ଜର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri