ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି।
ସ୍ଥାନୀୟ ସରପଞ୍ଚ ପୁଷ୍ପାଞ୍ଜଳି ମଲ୍ଲିକଙ୍କ ସ୍ବାମୀ ତଥା ପୂର୍ବତନ ସରପଞ୍ଚ ପ୍ରଭାକର ପ୍ରଧାନଙ୍କ ସୂଚନା ଅନୁସାରେ ୩ ଜଣ ଗ୍ରାମବାସୀ ଧନେଶ୍ୱର ପ୍ରଧାନ, କୀର୍ତ୍ତନ ବଗର୍ତ୍ତୀ ଓ ବାମଦେବ ପ୍ରଧାନ ଜଙ୍ଗଲକୁ ଯାଇଥିଲେ ନିଜ କାମ ସାରି ଫେରୁଥିବା ବେଳେ ହଠାତ ହାତୀ ଆକ୍ରମଣ କରିଥିଲା ୩ ଜଣଙ୍କ ମଧ୍ୟରୁ ପ୍ରାଣ ବିକଳରେ ଧନେଶ୍ୱର ପ୍ରଧାନ ଦୌଡ଼ି ପଳେଇ ଆସିଥିବା ବେଳେ ଦୁଇ ଜଣ ଦଉଡି ପାରି ନ ଥିଲେ।
ଯାହା ଫଳରେ ହାତୀ ଦଳା ଚକଟାରେ ଉଭୟଙ୍କ ମୃତ୍ୟୁ ହୋଇଛି। କିଛି ଦିନର ବ୍ୟବଧାନ ପରେ ଗତ ଦୁଇ ଦିନ ହେବ ଆଖପାଖ ଜଙ୍ଗଲରେ ହାତୀ ଥିବା ନେଇ ଆଲୋଚନା ହେଉଥିଲା। ଆଜି ହାତୀ ଆକ୍ରମଣରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ବେଳେ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି। ବନ ବିଭାଗ ଖବର ପାଇ ଘଟଣାସ୍ଥଳକୁ ଯାଇ ହାତୀଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖିଥିବା କହିଛନ୍ତି ସ୍ଥାନୀୟ ବନ ଅଧିକାରୀ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …

ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri