ଶୌଚହେବାକୁ ଯାଇଥିଲେ ଦିବାଙ୍ଗପୁଅ ଦଳିଦେଲା ହାତୀ, ମା’ ବଞ୍ଚାଇବାକୁ ଆସି

ଖୋର୍ଦ୍ଧା,୨୦।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବନାଞ୍ଚଳ ନନ୍ଦପୁର ପଞ୍ଚାୟତ ମହତପଡ଼ାରେ ଦନ୍ତା ଆକ୍ରମଣରେ ମା’ ଗୁରୁତର ଆହତ ହୋଇଥିବା ବେଳେ ଦିବ୍ୟାଙ୍ଗ ପୁଅଙ୍କ ମୃତ୍ୟୁ ଘଟିଛି। ଗୁରୁତର ମା’ ହେଲେ ସୁଲୋଚନା ମାର୍ଥା। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ମୃତପୁଅ ହେଲେ ସତ୍ୟରଞ୍ଜନ ମାର୍ଥା (୧୭)। ସୋମବାର ଭୋର ସମୟରେ ଶୌଚପାଇଁ ବାରିପଟକୁ ଯାଇଥିଲେ। ଏହି ସମୟରେ ହାତୀ ଆକ୍ରମଣ କରିଥିଲା। ସତ୍ୟକୁ ଦନ୍ତା ଶୁଣ୍ଢରେ ଟେକି କଚାଡି ଦଳିଦେଇଥିଲା। ପୁଅକୁ ବଞ୍ଚାଇବାକୁ ଯାଇ ମା’ ଗୁରୁତର ହୋଇଥିଲେ। ଦନ୍ତା ତାଙ୍କୁ କଚାଡି ଦୁଇ ଗୋଡରେ ଦଳି ଦେଇଛି। ଗୁରୁତର ଅବସ୍ଥାରେ ମା’ ପୁଅଙ୍କୁ ଖୋର୍ଦ୍ଧା ମେଡିକାଲ ନିଆଯାଇଥିଲା। ସେଠାରେ ଡ଼ାକ୍ତର ପୁଅଙ୍କୁ ମୃତ ଘୋଷଣା କରିଥିବା ବେଳେ ସୁଲୋଚନାଙ୍କୁ ଭୁବନେଶ୍ବର ଏମ୍ସ ପଠାଇଥିଲେ। ସଦର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଖବରପାଇ ଖୋର୍ଦ୍ଧା ରେଞ୍ଜର ଜୟକୃଷ୍ଣ ପଣ୍ଡା, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପ୍ରକାଶ କୁମାର ସାମନ୍ତରାୟ, ନନ୍ଦପୁର ସରପଞ୍ଚ ବିପ୍ଳବ କେଶରୀ ବଳିଆରସିଂହଙ୍କ ସମେତ ସ୍ଥାନୀୟ ଗ୍ରାମବାସୀ ପହଞ୍ଚିଥିଲେ। ରେଞ୍ଜର ପଣ୍ଡା କୁହନ୍ତି ଏହି ବନାଞ୍ଚଳ ରେ ୨୦ ଟିକିଆ ହାତୀପଲ ରହୁଛନ୍ତି। ଧାନ ଅମଳ ସମୟ ହୋଇଥିବାରୁ ହାତୀପଲ ଗାଁ ମୁହାଁ ହେଉଛନ୍ତି। ବନବିଭାଗ ୨ ଟିମ୍‌ ହାତୀଙ୍କୁ ଜଗି ରହିଛନ୍ତି। ହାତୀର ଗତିବିଧି ଦେଖି ସ୍ଥାନୀୟ ଲୋକଙ୍କୁ ଆଗୁଆ ସୂଚନା ଦିଆଯାଉଛି। ହାତୀ ଆକ୍ରମଣରୁ ମଣିଷଙ୍କୁ ରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ସବୁ ଚେଷ୍ଟା କରାଯାଉଛି। ଆହତ ଓ ମୃତଙ୍କୁ ବନ ବିଭାଗ ପକ୍ଷରୁ ଉପଯୁକ୍ତ କ୍ଷତିପୂରଣ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri