ହାତୀ ଆକ୍ରମଣରେ ୫ ବର୍ଷର ଶିଶୁର ମୃତ୍ୟୁ ଘଟଣା: ସହାୟତାର ହାତ ବଢ଼ାଇଲେ ସମାଜସେବୀ

ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଦକ୍ଷିଣ ବନଖଣ୍ଡ ଲାଞ୍ଜିଗଡ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡIଗୁଡା  ଗ୍ରାମରେ ଗତ ୩ ତାରିଖ ସୋମବାର ସକାଳେ ଦୁଇ ନାବାଳକ ଭାଇଙ୍କୁ ହାତୀ ଆକ୍ରମଣ କରିଥିଲା। ଏଥିରେ ବଡଭାଇ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ବେଳେ ସାନଭାଇର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସହାୟତାର ହାତ ବଢ଼ାଇଛନ୍ତି ଲାଞ୍ଜିଗଡ ଆଞ୍ଚଳିକ ବିକାଶ ପରିଷଦ ସଭାପତି ତଥା ସମାଜସେବୀ ଶ୍ରୀଧର ପେଶନିଆ ।
ମୃତ ନାବାଳକ ଜଣକ ହରଡ।ଗୁଡା ଗାଁର କାଣୁ ମାଝୀର ସାନପୁଅ ରବି ମାଝୀ(୫) ହୋଇଥିବା ବେଳେ ଗୁରୁତର ଜଣକ ବଡପୁଅ ସାମୱରୁ ମାଝୀ (୮) ବୋଲି ସୂଚନା ମିଳିଥିଲା। କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଅଞ୍ଚଳରେ ବର୍ଷ ସାରା ଜଙ୍ଗଲୀ ହାତୀଙ୍କ ଉପଦ୍ରବ ହେଉଥିବା ବେଳେ ଲୋକଙ୍କ ଧନଜୀବନ ସମେତ ଚାଷବାସ ନଷ୍ଟ କରୁଥିବା ଦେଖିବାକୁ ମିଳୁଛି ।

ସୂଚନାନୁସାରେ, ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକIଡୁ ଗାଁର କାଣୁ ମାଝୀ କିଛି ବର୍ଷ ପୂର୍ବରୁ ନିଜ ସମ୍ପର୍କୀୟଙ୍କ ଜାଗାରେ ଘର ତିଆରି କରି ସ୍ତ୍ରୀ ଓ ତିନିପୁଅ ପରିବାର ସହିତ ରହି ପୋଡୁଚାଷ କରି ପରିବାର ପ୍ରତିପୋଷଣ କରୁଥିଲେ । ସୋମବାର ସକାଳ ପ୍ରାୟ ୭ ଘଣ୍ଟା ସମୟରେ କାଣୁ ମାଝୀ ଓ ତାଙ୍କ ସ୍ତ୍ରୀ ଚାଷଜମିକୁ ଯାଉଥିବାବେଳେ ଦୁଇପୁଅ ମଧ୍ୟ କିଛି ସମୟ ପରେ ତାଙ୍କ ପଛେ ପଛେ ଯାଉଥିଲେ। ଏହି ସମୟରେ ନିକଟସ୍ଥ ଜଙ୍ଗଲରୁ ଏକ ଦନ୍ତା ହାତୀ ଆସି ଦୁଇଭାଇଙ୍କୁ ଆକ୍ରମଣ କରିଥିଲା। ଘଟଣା ସ୍ଥଳରେ ସାନଭାଇର ମୃତ୍ୟୁ ହୋଇଥିବା ବେଳେ ବଡଭାଇ ଗୁରୁତର ହୋଇଥିଲେ । ପାଟି ଶୁଣି ଘଟଣାସ୍ଥଳରେ ପରିବାର ଓ ଗାଁ ଲୋକେ ପହଞ୍ଚି ହାତୀକୁ ଘଉଡ଼ାଇ ବନ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ନିଜ ନାବାଳକ ପୁଅଙ୍କ ମଧ୍ୟରୁ ଜଣକୁ ହରାଇ ବୁକୁ ଫଟାଇ ଜନ୍ମଦାତ୍ରୀ ମାଆ କାନ୍ଦୁଥିବା ବେଳେ ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ନିଷ୍ପାପ ନାବାଳକ ଶିଶୁ ପୁତ୍ରକୁ ହରାଇ ବାପା ଓ ମା’ଙ୍କ ଆଖିରୁ ଲୁହ ଶୁଖୁନାହିଁ। ଏହି ପରିପ୍ରେକ୍ଷୀରେ ଲାଞ୍ଜିଗଡ଼ ଆଞ୍ଚଳିକ ବିକାଶ ପରିଷଦର ସଭାପତି ତଥା ସମାଜସେବୀ ଶ୍ରୀଧର ପେଶନିଆ ଶନିବାର ହରଡ଼ାଗୁଡା ଗାଁରେ ପହଞ୍ଚି ମୃତ ଶିଶୁଙ୍କ ବାପମା’ଙ୍କୁ ସମବେଦନା ଜଣାଇବା ସହିତ ରାସନ ସାମଗ୍ରୀ, ଲୁଗାପଟା, ଶୀତ ବସ୍ତ୍ର ସମେତ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ତାଙ୍କ ସହିତ ତ୍ରିଲୋଚନପୁର ନାଏବ ସରପଞ୍ଚ ତରାଣୀ ସେନ ବାଗ, ସମାଜସେବୀ ଶ୍ରୀମୁଖ ଅଗସ୍ତି, ଲାଞ୍ଜିଗଡ଼ ପ୍ରେସକ୍ଳବ ଉପ ସଭାପତି କ୍ଷମାନିଧି ମହାଖୁଡ,ଖବରଦାତା ରମେଶ ଚନ୍ଦ୍ର ନାୟକ, ପିତାମ୍ବର ଦଳପତି ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri