ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ହଠାତ୍‌ ଦନ୍ତା ହାତୀ ଆକ୍ରମଣରେ ୬ ଜଣ ଗୁରୁତର ହୋଇ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ ଲୋଚାପଲ୍ଲୀ ଗାଁର ଇନ୍ଦୁମତୀ ପ୍ରଧାନ,ଟୁନି ବେହେରା ଓ କୁନ୍ତଳା ପ୍ରଧାନ।

Dharitri – Odisha’s No.1 Odia Daily