ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ ଗାଁ ବୁଲୁଛନ୍ତି। ହେଲେ ଶନିବାର ବ୍ଲକର ଯାନୀଗୁଡ଼ା ଗ୍ରାମରେ ପଶି ଘର, ଗୁହାଳ ଭାଙ୍ଗିବା ସହ କଦଳିବାଡ଼ି ଭାଙ୍ଗି ନଷ୍ଟ କରିଛନ୍ତି। ଫଳରେ ସ୍ଥାନୀୟ ବାସିନ୍ଦା ଏବେ ଘର ଭିତରେ ଭୟରେ ରହୁଛନ୍ତି। ଗତ ୪ ଦିନ ହେଲା ଏହି ହାତୀପଲ ଦେବଗିରି ରେଞ୍ଜର ବିଭିନ୍ନ ଅଞ୍ଚଳ ବୁଲୁଛନ୍ତି। ଏହି ହାତୀଗୁଡ଼ିକ ଆନ୍ଧ୍ର ପଟୁ ଆସିଥିବା ବନ ବିଭାଗ ସୂଚନା ଦେଇଛି। ଏବେ ହାତୀଙ୍କ ଗତିପଥ ଉପରେ ବନ ବିଭାଗ ନଜର ରଖିଛି। ହାତୀଙ୍କ ସହ କୌଣସି ଦୁର୍ବବ୍ୟହାର ନ କରିବା ପାଇଁ ସ୍ଥାନୀୟ ଲୋକଙ୍କୁ ବନ ବିଭାଗ ତରଫରୁ ସଚେତନ କରାଯାଉଛି। ତେବେ ହାତୀମାନେ କରିଥିବା କ୍ଷୟକ୍ଷତି ଆକଳନ କରାଯାଇ ସ୍ଥାନୀୟ ଲୋକଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ବିଭାଗ ତରଫରୁ ସୂଚନା ଦେଇଛନ୍ତି ଗଜପତି ଡିଏଫ୍‌ଓ କେ. ନାଗାରାଜୁ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?