ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀର ବୟସ ୧୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ହାତୀର ମୃତ୍ୟୁ ଘଟିଥିବା ବନରକ୍ଷୀ ଆଶଙ୍କା କରିଛନ୍ତି। କିନ୍ତୁ ଏଯାଏ ହାତୀର ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ହାତୀ ବେକରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ସୂଚନା ଥାଉକି ପୂର୍ବରୁ ଦଲକ, ପରିଛଳ, ରାଉତ ପଦା, ଜଙ୍ଗଲରେ ୧୬ ଟିକିଆ ହାତୀ ପଲ ଉପାତ କରୁଥିଲେ। ୧୬ ଟିକିଆ ହାତୀ ପଲ ରାତ୍ରି ହେଲେ ଖାଦ୍ୟ ଅନ୍ବେଶଣରେ ଆଖପାଖ ଅଞ୍ଚଳର ପଶି ଅମଳ ଧାନ ଫସଲ ନଷ୍ଟ କରିବା ସହ ପରିବା ଫସଲକୁ ଦଳିଚକଡି ନଷ୍ଟ କରି ଦେଉଥିଲେ। ତେବେ ଗତକାଲି ବିଳମ୍ବିତ ରାତ୍ରିରେ ହାତୀ ଚଳପ୍ରଚଳ ସମୟରେ ବିଦ୍ୟୁତ ଆଘାତରେ ମାଈ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ହେଲେ ମୃତ୍ୟୁର କାରଣ ବ୍ୟବଚ୍ଛେଦ ପରେ ସ୍ପଷ୍ଟ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି। ଅନ୍ୟପଟେ ଘଟଣାସ୍ଥଳରେ ବନବିଭାଗ ବରିଷ୍ଠ ଅଧିକାରୀ , ଓୟୁଟି ଟିମ ପହଞ୍ଚି ହାତୀର ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି। ଦିନକୁ ଦିନ ହାତୀ ମଣିଷ ଲଢେଇରେ କେତେବେଳେ ହାତୀର ତ ଆଉ କେତେବେଳେ ମଣିଷର ଜୀବନ ଯାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri