ବସ୍‌କୁ ଗୋଡ଼ାଇଲା ହାତୀ: ଯାତ୍ରୀ ଆତଙ୍କିତ

ବେତନଟୀ, ୨୫ା୧୦ (ଧରଣୀଧର ମହାନ୍ତି): ଖାଦ୍ୟ ଅନ୍ବେଷଣରେ ବନ୍ୟଜନ୍ତୁ ଜନବସତିମୁହାଁ ହେଉଛନ୍ତି। ବିଭିନ୍ନ ସମୟରେ ହାତୀପଲ ଜନବସତିରେ ପଶି ଘରଦ୍ୱାର ଭାଙ୍ଗିବା ସହ ଚାଷଜମିରେ ପଶି ଦଳମକଚି ନଷ୍ଟ କରିଦେଉଛନ୍ତି। ଅନେକ ସମୟରେ ଜୀବନହାନି ମଧ୍ୟ ହେଉଛି। ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ବିଭିନ୍ନ ଜଙ୍ଗଲରେ ରହୁଥିବା ହାତୀପଲ ଆଖପାଖ ଗାଁକୁ ପଶି ଆସୁଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ କାଳାତିପାତ କରୁଛନ୍ତି। ଶନିବାର ଏକ ଦନ୍ତା ହାତୀ ରାସ୍ତା ଉପରେ ଏକ ବସ୍‌କୁ ଶୁଣ୍ଢରେ ଠେଲିବା ସହ ଗୋଡ଼ାଇ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲା। ବସ୍‌ରେ ଥିବା ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଭୟଭୀତ ହୋଇପଡିଥିଲେ। କୌଶଳକ୍ରମେ ଡ୍ରାଇଭର ବସ୍‌ଟିକୁ ଚଳାଇ ନେଇ ସେଠାରୁ ପଳାଇଯାଇଥିଲେ। ଫଳରେ ଯାତ୍ରୀମାନେ ମୃତ୍ୟୁମୁଖରୁ ବଞ୍ଚିଯାଇଥିଲେ।
ଶନିବାର ସକାଳେ ବେତନଟୀ ବ୍ଲକର ମେର୍ଦାଠାରୁ ସାରସକଣା ଯାଉଥିବା ଏକ ବସ୍‌ ମେର୍ଦା ବେତନଟୀ ରାସ୍ତାର ଭୁରକୁଣ୍ଡି ଗ୍ରାମ ନିକଟରେ ରହିଥିଲା। ହଠାତ୍‌ ବସ୍‌ ସମ୍ମୁଖକୁ ଏକ ଦନ୍ତା ହାତୀ ଚାଲିଆସି ଶୁଣ୍ଢରେ ଠେଲି ଗଡାଇଦେବା ପାଇଁ ଚେଷ୍ଟା କରିଥିଲା। ସ୍ଥାନୀୟ ଗ୍ରାମବାସୀ ହାତୀକୁ ଘଉଡ଼ାଇବା ପାଇଁ ଚେଷ୍ଟା କରୁଥିବା ବେଳେ କୌଶଳକ୍ରମେ ଡ୍ରାଇଭର ବସ୍‌କୁ ଦ୍ରୁତଗତିରେ ଚଳାଇ ସେଠାରୁ ପଳାଇଯାଇଥିଲା। ଫଳରେ ବସ୍‌ରେ ଥିବା ୫୦ରୁ ଊର୍ଦ୍ଧ ଯାତ୍ରୀ ବିପଦମୁଖରୁ ବଞ୍ଚିଯାଇଥିଲେ। ବେତନଟୀ ବନବିଭାଗକୁ ଖବର ଦିଆଯାଇଥିଲେ ମଧ୍ୟ ଟିମ୍‌ ଠିକ୍‌ ସମୟରେ ଘଟଣାସ୍ଥଳରେ ପହଞ୍ଚି ପାରି ନ ଥିଲା। ଉଲ୍ଲେଖଯୋଗ୍ୟ, ବେତନଟୀ ରେଞ୍ଜର ଅସନବଣି ଜଙ୍ଗଲରେ ଗଡିଗାଁ ନିକଟରେ ୧୮ଟି ହାତୀ ରହିଥିଲା ବେଳେ ଶୁକ୍ରବାର ରାତିରେ ଏହି ହାତୀ ପଲ ମନ୍ତାପାଳ ଜଙ୍ଗଲରେ ପ୍ରବେଶ କରିଛନ୍ତି। ହାତୀପଲ ରହୁଥିବା ପାଖ ଜଙ୍ଗଲରୁ ଗୋଟିଏ ଦନ୍ତା ହାତୀ ଶନିବାର ସକାଳେ ଅସନବଣୀ ଜଙ୍ଗଲରୁ ବାହାରି ବସ୍‌କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲା। ଏ ସମ୍ପର୍କରେ ବେତନଟୀ ଫରେଷ୍ଟରଙ୍କୁ ପଚାରିବାରୁ ଭୁରକୁଣ୍ଡି ନିକଟରେ ଘଟିଥିବା ଘଟଣା ଆମେ ପହଞ୍ଚିଲା ବେଳକୁ ଦନ୍ତା ହାତୀ ସେଠାରେ ନ ଥିବା କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri