ହାତୀପଲଙ୍କ ଦୌରାତ୍ମ୍ୟ: ବିଦ୍ୟାଳୟ କୋଠା ସମେତ ଭାଙ୍ଗିଲେ ୩ ଘର

ଭଞ୍ଜନଗର,୨୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀପଲ କିଛିମାସ ନୀରବ ରହିବା ପରେ ବୁଧବାର ରାତିରେ ପୁଣି କେତେକ ଗ୍ରାମରେ ପଶି ଭଙ୍ଗାରୁଜା କରିଛନ୍ତି। ଗତକାଲି ରାତିରେ ୨୭ ଟିକିଆ ହାତୀପଲ କନ୍ଧମାଳ ଜିଲାରୁ ଆସି ମୁଜାଗଡ଼ ରେଞ୍ଜ ବାଇବାଲି ସେକ୍ସନର ବିରିକୋଟରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ହାତୀପଲ ଗ୍ରାମ ବିଦ୍ୟାଳୟର ଦୁଇଟି କୋଠାକୁ ଭାଙ୍ଗି ଦେଇଛନ୍ତି। ଏଥିସହ ଉକ୍ତ ଗ୍ରାମର ରମେଶ ପାତ୍ର, ରିତା ପାତ୍ର ଏବଂ ରଞ୍ଜିତ ପ୍ରଧାନଙ୍କ ଘରକୁ ଭାଙ୍ଗି ଦେଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଆସି ହାତୀପଲ ଏହି କାଣ୍ଡ ଭିଆଇଥିବା ଜଣାପଡ଼ିଛି । ଖବର ପାଇ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଧେଶ ଦେଇଥିଲେ।

ଏହାପରେ ରେଞ୍ଜର ବିମ୍ବାଧର ସାହୁ, ବନପାଳ ଟୁନା ମଲ୍ଲିକ, ବନରକ୍ଷୀ ପ୍ରଦ୍ୟୁମ୍ନ ବିଷୋୟୀ, ସ୍କ୍ବାଡ୍‌ ଟିମ୍‌ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ବଣକୁ ଘଉଡ଼ାଇଥିଲେ। ଏଥିସହ କ୍ଷତିଗ୍ରସ୍ତ ପରିବାର ଗୁଡ଼ିକୁ କିଭଳି ସରକାରୀ ସହାୟତା ମିଳିବ ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏହି ଘଟଣାରେ କିଏ ମୃତାହତ ହୋଇ ନାହାନ୍ତି।

ସୂଚନାଯୋଗ୍ୟ, ହାତୀପଲ ଗତକାଲି ରାତିରେ ଯେତେବେଳେ ଗ୍ରାମରେ ପଶିଥିଲେ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏହାପରେ ହାତୀ ଗୋଟିଏ ପରେ ଗୋଟିଏ ଘର ଭାଙ୍ଗି ଚାଲିଥିଲା। ଏହାପରେ ବନ ବିଭାଗ କର୍ମଚାରୀ ପହଞ୍ଚି ହାତୀକୁ ଘୋଡ଼ିଥିଲେ। ଭାଙ୍ଗିଥିବା ୩ ଚାଳ ଘରେ ଗତକାଲି ରାତିରେ କେହି ନ ଥିଲେ। ତେଣୁ ଲୋକେ ହାତୀ ଆକ୍ରମଣରୁ ରକ୍ଷା ପାଇଯାଇଛନ୍ତି। ଡିଏଫ୍‌ଓ ମହାନ୍ତି କହିଛନ୍ତି, ହାତୀ-ମଣିଷ ଉଭୟ ଯେଭଳି ସୁରକ୍ଷିତ ରହି ପାରିବେ ସେଥିପ୍ରତି ଦୃଷ୍ଟି ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri