ହାତୀପଲଙ୍କ ଦୌରାତ୍ମ୍ୟ: ବିଦ୍ୟାଳୟ କୋଠା ସମେତ ଭାଙ୍ଗିଲେ ୩ ଘର

ଭଞ୍ଜନଗର,୨୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀପଲ କିଛିମାସ ନୀରବ ରହିବା ପରେ ବୁଧବାର ରାତିରେ ପୁଣି କେତେକ ଗ୍ରାମରେ ପଶି ଭଙ୍ଗାରୁଜା କରିଛନ୍ତି। ଗତକାଲି ରାତିରେ ୨୭ ଟିକିଆ ହାତୀପଲ କନ୍ଧମାଳ ଜିଲାରୁ ଆସି ମୁଜାଗଡ଼ ରେଞ୍ଜ ବାଇବାଲି ସେକ୍ସନର ବିରିକୋଟରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ହାତୀପଲ ଗ୍ରାମ ବିଦ୍ୟାଳୟର ଦୁଇଟି କୋଠାକୁ ଭାଙ୍ଗି ଦେଇଛନ୍ତି। ଏଥିସହ ଉକ୍ତ ଗ୍ରାମର ରମେଶ ପାତ୍ର, ରିତା ପାତ୍ର ଏବଂ ରଞ୍ଜିତ ପ୍ରଧାନଙ୍କ ଘରକୁ ଭାଙ୍ଗି ଦେଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଆସି ହାତୀପଲ ଏହି କାଣ୍ଡ ଭିଆଇଥିବା ଜଣାପଡ଼ିଛି । ଖବର ପାଇ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଧେଶ ଦେଇଥିଲେ।

ଏହାପରେ ରେଞ୍ଜର ବିମ୍ବାଧର ସାହୁ, ବନପାଳ ଟୁନା ମଲ୍ଲିକ, ବନରକ୍ଷୀ ପ୍ରଦ୍ୟୁମ୍ନ ବିଷୋୟୀ, ସ୍କ୍ବାଡ୍‌ ଟିମ୍‌ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ବଣକୁ ଘଉଡ଼ାଇଥିଲେ। ଏଥିସହ କ୍ଷତିଗ୍ରସ୍ତ ପରିବାର ଗୁଡ଼ିକୁ କିଭଳି ସରକାରୀ ସହାୟତା ମିଳିବ ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏହି ଘଟଣାରେ କିଏ ମୃତାହତ ହୋଇ ନାହାନ୍ତି।

ସୂଚନାଯୋଗ୍ୟ, ହାତୀପଲ ଗତକାଲି ରାତିରେ ଯେତେବେଳେ ଗ୍ରାମରେ ପଶିଥିଲେ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏହାପରେ ହାତୀ ଗୋଟିଏ ପରେ ଗୋଟିଏ ଘର ଭାଙ୍ଗି ଚାଲିଥିଲା। ଏହାପରେ ବନ ବିଭାଗ କର୍ମଚାରୀ ପହଞ୍ଚି ହାତୀକୁ ଘୋଡ଼ିଥିଲେ। ଭାଙ୍ଗିଥିବା ୩ ଚାଳ ଘରେ ଗତକାଲି ରାତିରେ କେହି ନ ଥିଲେ। ତେଣୁ ଲୋକେ ହାତୀ ଆକ୍ରମଣରୁ ରକ୍ଷା ପାଇଯାଇଛନ୍ତି। ଡିଏଫ୍‌ଓ ମହାନ୍ତି କହିଛନ୍ତି, ହାତୀ-ମଣିଷ ଉଭୟ ଯେଭଳି ସୁରକ୍ଷିତ ରହି ପାରିବେ ସେଥିପ୍ରତି ଦୃଷ୍ଟି ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri