ପଟିଆମାଳ ଜଙ୍ଗଲରୁ ଦନ୍ତାର ମୃତଦେହ ଠାବ

ଟାଙ୍ଗୀ(ଖୋର୍ଦ୍ଧା)/ନିରାକାରପୁର,: ୨୬ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ରେଞ୍ଜ୍‌ ଅଧୀନ ପଟିଆମାଳ ଜଙ୍ଗଲରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗର ଏକ ଟିମ୍‌ ଓ ପ୍ରାଣୀ ଚିକିତ୍ସକ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀର ବ୍ୟବଚ୍ଛେଦ ପରେ ଉକ୍ତ ଜଙ୍ଗଲରେ ଜେସିବି ସାହାଯ୍ୟରେ ଗାତ ଖୋଳାଯାଇ ପୋତିଦିଆଯାଇଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ରେଞ୍ଜର ଦେବାଶିଷ ଭୋଇ କହିଛନ୍ତି। ସୂଚନାଥାଉ କି, ଦୀର୍ଘଦିନ ହେବ ୧୩ ଟିକିଆ ହାତୀପଲ ପଟିଆମାଳ ଜଙ୍ଗଲରେ ରହିଆସୁଛନ୍ତି। ସନ୍ଧ୍ୟା ହେଲେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଗଁାମୁହଁା ହେଉଛନ୍ତି। ଲୋକଙ୍କ ବାରି ଓ କ୍ଷେତରେ ପଶି ଫସଲ ଖାଇବା ସହ ଦଳଚକଟି ନଷ୍ଟ କରୁଛନ୍ତି। ଏ ପରିକି ପାଚେରି ଓ ଘର ଭାଙ୍ଗୁଥିବା ନଜିର ରହିଛି। ଏନେଇ ଗ୍ରାମବାସୀ ବନ ବିଭାଗ ନିକଟରେ ବାରମ୍ବାର ଅଭିଯୋଗ କରିବା ପରେ ହାତୀ ଘଉଡ଼ାଇବା ପାଇଁ ବନ କର୍ମଚାରୀ ନିୟୋଜିତ ହୋଇଥିଲେ। ତେବେ ସୋମବାର ପଟିଆମାଳ ଜଙ୍ଗଲରେ ଏକ ହାତୀ ମରିପଡ଼ିଥିବା ବନ କର୍ମଚାରୀ ଦେଖିବାକୁ ପାଇଥିଲେ। ଖବରପାଇ ରେଞ୍ଜର ଓ ପ୍ରାଣୀ ଚିକିତ୍ସକ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri