ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ ଘଟଣା: ବନ୍ଧା ହେଲେ ୨ ଶିକାରି, ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ ତାର…

ଅମରପାଲି,୪।୧୨(ପୀତାମ୍ବର ସାହୁ): ଦନ୍ତାହାତୀର ମୃତ୍ୟୁକୁ ନେଇ ପର୍ଦ୍ଦାଫାସ ହୋଇଛି। ଶିକାରୀମାନେ ଜନ୍ତୁ ଶିକାର ପାଇଁ ବିଛାଇଥିବା ବିଦ୍ୟୁତ ତାରରେ ଲାଗି ହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏନେଇ ବୀରମହାରାଜପୁର ଏସିଏଫ ତଥା ଅତିରିକ୍ତ ରେଞ୍ଜ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ଅବିନାଶ ବରିହା ପ୍ରକାଶ କରିଛନ୍ତି।

ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ରେଞ୍ଜ ଦୁର୍ଜନତୈଲା ପଞ୍ଚାୟତର ବରଘାଟ ଦାଦର ଓ ବ୍ରାହ୍ମଣୀପାଲି ଗ୍ରାମର ମଝିରେ ଥିବା ଜଙ୍ଗଲରେ ସୋମବାର ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଥିଲା। ତଦନ୍ତ ପରେ ବିଦ୍ୟୁତ ତାର ଲାଗି ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣାରେ ବନବିଭାଗ ଦୁଇ ଜଣ ଶିକାରିଙ୍କୁ ଗିରଫ କରିଛି। ଗିରଫ ଦୁଇ ଜଣ ହେଲେ ବୀରମହାରାଜପୁର ଥାନା ଠେଙ୍ଗୋ ଡ୍ୟାମ ଫାଣ୍ଡି ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତ ବ୍ରାହ୍ମଣୀପାଲି ଗ୍ରାମର ପ୍ରହଲ୍ଲାଦ କମ୍ପ(୫୦) ଓ ଅନ୍ୟଜଣେ ବହଳପଦର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲ ( ପର୍ଡିଆପାଲି) ଗ୍ରାମର ସନ୍ତୋଷ ମହାକୁର(୪୦) ବୋଲି ଜଣାପଡିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହା ସହିତ ଉଭୟଙ୍କ ଠାରୁ ଏକ ଦେଶୀ ବନ୍ଧୁକ ଓ ଦନ୍ତା ହାତୀ ଲାଗି ମରିଥିବା ବିଦ୍ୟୁତ ତାରକୁ ବନ ବିଭାଗ ଜବତ କରିଛି। ବୀରମହାରାଜପୁର ରେଞ୍ଜ ସହକାରୀ ବନ ସଂରକ୍ଷକ ତଥା ଅତିରିକ୍ତ ରେଞ୍ଜ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ଅବିନାଶ ବରିହାଙ୍କ ଠାରୁ ମିଳିଥିବା ତଥ୍ୟ ଅନୁଯାୟୀ ଉଭୟ ଶିକାରି ପୂର୍ବରୁ ମଧ୍ୟ ବିଦ୍ୟୁତ ତାର ଲଗାଇ ଓ ବନ୍ଧୁକ ସାହାଯ୍ୟରେ ଜନ୍ତୁ ଶିକାର କରୁଥିଲେ। ନିକଟରେ ଯାଇଥିବା ୧୧କେଭି ବିଦ୍ୟୁତରୁ ତାର ସଂଯୋଗ କରି ବିଛାଇଥିଲେ। ସେହି ବିଦ୍ୟୁତ ତାରରେ ଲାଗି ଦନ୍ତା ହାତୀର ମୃତ୍ୟୁ ହୋଇଥିବା ସେ ପ୍ରକାଶ କରିଛନ୍ତି। ଏହି ଘଟଣାରେ ଆଉ କେତେଜଣ ସଂପୃକ୍ତ ଅଛନ୍ତି ତଦନ୍ତରେ ବାଧା ସୃଷ୍ଟି ହେବା ଆଶଙ୍କା କରି ଅଧିକ ତଥ୍ୟ ଦେବାକୁ ବନ ବିଭାଗ ମନା କରିଛି।

ସୂଚନା ଅନୁସାରେ, ସୋମବାର ସକାଳୁ ହାତିଲିମୁଣ୍ଡା ଫରେଷ୍ଟ ବିଟର ବରଘାଟ ଦାଦର ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା। ସ୍ଥାନୀୟ ଲୋକେ ଦାନ୍ତ ପାଇଁ ହାତୀକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ମାତ୍ର ଧରିତ୍ରୀରେ ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାରରେ ଲାଗି ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଖବର ପ୍ରକାଶ ପାଇବା ପରେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri