Posted inଜାତୀୟ

ବିଦ୍ୟୁତ୍‌ ଆଘାତରେ ହାତୀ ମୃତ୍ୟୁ, ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୧ : ଦେଶରେ ବିଦ୍ୟୁତ୍‌ ଆଘାତ ଯୋଗୁ ହାତୀ ମୃତ୍ୟୁ ଘଟଣା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଏକ ଜନସ୍ବାର୍ଥ ମାମଲାର ବିଚାର କରାଯାଇ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି ହୋଇଛି। ପ୍ରଧାନ ବିଚାରପତି ଏନ୍‌.ଭି.ରମନା, ବିଚାରପତି ସୂର୍ଯ୍ୟକାନ୍ତ ଏବଂ ହିମା ଖୋଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଆଇନଜୀବୀ କାର୍ତ୍ତିକ ଶୁକ୍ଳାଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନର ବିଚାର କରି ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।

ଦେଶରେ ହାତୀ ବଂଶ କମି କମି ଚାଲିଥିବା ବେଳେ ସ୍ବାଭାବିକ ମୃତ୍ୟୁ ପରିବର୍ତ୍ତେ ବିଦ୍ୟୁତ୍‌ ଆଘାତରେ ସେମାନଙ୍କର ଅଧିକ ମୃତ୍ୟୁ ଘଟୁଥିବା ଆଇନଜୀବୀ ଖଣ୍ଡପୀଠଙ୍କ ସମ୍ମୁଖରେ ତଥ୍ୟ ଉପସ୍ଥାପନ କରିଥିଲେ। ଏଭଳି ମୃତ୍ୟୁ ନେଇ ପରିବେଶ-ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ହାତୀ ଟାସ୍କ ଫୋର୍ସ ରିପୋର୍ଟ-୨୦୧୦ ‘ଗଜାହ’ରେ ମଧ୍ୟ ଉଦ୍‌ବେଗ ପ୍ରକାଶ କରାଯାଇଛି।

ସଂସଦରେ ଆଲୋଚିତ ହୋଇଥିବା ପ୍ରସଙ୍ଗକୁ ଆବେଦନରେ ଉଲ୍ଲେଖ କରାଯାଇଛି। ୨୦୧୪-୧୫ରୁ ୨୦୧୮-୧୯ ମଧ୍ୟରେ ୫୧୦ ହାତୀଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୩୩୩ ହାତୀଙ୍କ ମୃତ୍ୟୁ ମଣିଷ ସହିତ ମୁହାଁମୁହିଁ ଘଟିବା ଯୋଗୁ ବିଦ୍ୟୁତ୍‌ ଅଘାତରେ ହୋଇଥିବା ଦର୍ଶାଯାଇଛି।

ସେହିପରି ସଂସଦର ଶୀତ ଅଧିବେଶନରେ ଲୋକ ସଭାରେ ହୋଇଥିବା ଚର୍ଚ୍ଚାରେ କୁହାଯାଇଥିଲା ଯେ, ଦେଶରେ ହାତୀ ମୃତ୍ୟୁ ବୃଦ୍ଧି ପାଇବାରେ ଲାଗିଛି। ୨୦୧୬-୧୭ରେ ୫୬ ହାତୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦୧୮-୧୯ରେ ୮୧ ହାତୀଙ୍କ ମୃତ୍ୟୁ ଘଟିଛି। ୨୦୦୯ରୁ ୨୦୨୦ ମଧ୍ୟରେ ଦେଶରେ ମୋଟ ୭୪୧ ହାତୀଙ୍କ ମୃତ୍ୟୁ ଘଟିଥିବା ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri