ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀ ମୃତ

ଦିଗପହଣ୍ଡି,୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ପାଟପୁର ସେକ୍ସନ ଗଙ୍ଗାପୁର ପଞ୍ଚାୟତ ପ୍ରଥମ ଢେପାଗୁଡ଼ା ଗାଁ ନିକଟ ଆଖୁବାଡରେ ଖଞ୍ଜା ଯାଇଥିବା ବିଦ୍ୟୁତ ତାର ଫାସରେ ଲାଗି ଏକ ମାଈ ହାତୀର ମୃତ୍ୟୁଘଟିଛି। ଗୁରୁବାର ଭୋରରେ ଘଟଣା ପ୍ରଘଟ ହେବାପରେ ହାତୀ ଦେଖିବାକୁ ଲୋକଙ୍କ ଭିଡ଼ ଜମିଥିଲା। ଖବରପାଇ ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକ ସଞ୍ଜୟ କୁମାର ସ୍ବାଇଁ, ଡିଏଫଓ ସୋନି ଖୋକ୍କର , ଦିଗପହଣ୍ଡି ରେଞ୍ଜର ଦିବ୍ୟରଞ୍ଜନ ସାହୁ, ବନବିଭାଗ ସାଇଣ୍ଟିଫିକ ଟିମ, ପାଟପୁର ପୋଲିସ, ବିଦ୍ୟୁତ ବିଭାଗ ଅଧିକାରୀ ବୃନ୍ଦ ଏବଂ ପ୍ରାଣୀ ଚିକିତ୍ସକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପ୍ରଥମ ଢେପାଗୁଡ଼ା ଗ୍ରାମର ଟୁନା ମଲ୍ଲିକ ତାଙ୍କ ଜମିରେ ଆଖୁ ଚାଷ କରିଛନ୍ତି। ବାର୍‌ହା ପଲ ଚାଷ ନଷ୍ଟ କରୁଥିବାରୁ ବାରହା ଶିକାର ଉଦ୍ଦେଶ୍ୟରେ ସେ ଜମି ଚାରି ପାଖରେ ବିଦ୍ୟୁତ୍‌ ତାର ସଂଯୋଗ କରିଥିଲେ। ହାତୀଟି ଏହି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ହାତୀର ବୟସ ପ୍ରାୟ ୨୫ ବର୍ଷ ବୋଲି ବନବିଭାଗର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଘଟଣାସ୍ଥଳରୁ ବନବିଭାଗ ପକ୍ଷରୁ ବିଦ୍ୟୁତ ତାର ଜବତ କରାଯାଇଛି। ପ୍ରାଣୀ ଚିକିତ୍ସକ ଟିମ ଘଟଣାସ୍ଥଳରେ ମୃତ ହାତୀର ବ୍ୟବଚ୍ଛେଦ ପରେ ତାକୁ ନିକଟସ୍ଥ ଜଙ୍ଗଲ ଜମିରେ ପୋତି ଦିଆଯାଇଥିବା ଜଣାପଡିଛି। ଗତ କିଛିବର୍ଷ ହେଲା ନିକଟସ୍ଥ ରତନେଇ ସଂରକ୍ଷିତ ଜଙ୍ଗଲରେ ଗୋଟିଏ ଦନ୍ତାହାତୀ ସମେତ ୫ ଟିକିଆ ହାତୀପଲ ରହୁଛନ୍ତି। ଖାଦ୍ୟ ଅନ୍ବେଷଣରେ ବିଭିନ୍ନ ସମୟରେ ବିଶେଷକରି ଧାନ ଫସଲ ଅମଳ ସମୟରେ ହାତୀପଲ ଧାନ ଖାଇବାକୁ ଜନବସତି ଆଡ଼କୁ ମାଡ଼ି ଆସୁଛନ୍ତି। ଢେପାଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାର ପାଇଁ ବିଦ୍ୟୁତ ତାର ସଂଯୋଗ କରାଯାଉଥିବା ନେଇ ପୂର୍ବରୁ କିଛିବ୍ୟକ୍ତି ବନବିଭାଗ କର୍ମଚାରୀଙ୍କ ନିକଟରେ ଅଭିଯୋଗ କରି ଆସୁଥିଲେ ମଧ୍ୟ ବନ କର୍ମଚାରୀ ମାନେ ସେଥିପ୍ରତି ଧ୍ୟାନ ଦେଉନଥିବାରୁ ଏଭଳି ଅଘଟଣ ଘଟିଲା ବୋଲି ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?