ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି ଗୋଲାବାଇ ଆଡୁ ଆସି ମୁଣ୍ଡାଆମ୍ବ ମୌଜାରେ ପଶୁଥିବା ବେଳେ ଜଙ୍ଗଲ ନିକଟରେ ମୁକୁଳା ହୋଇ ପଡିଥିବା ଟ୍ରାନ୍ସଫର୍ମରେ ଲାଗି ଯାଇଥିଲା ଫଳରେ ହାତୀଟିର ମୃତ୍ୟୁ ଘଟିଛି। ଖବରପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ଏକ ଜେସିବି ସାହାଯ୍ୟରେ ଉଦ୍ଧାର କରି ଏକ ହାଇଓ୍ବାରେ ବଡପୋଖରିଆ ଛକ ନିକଟରେ ଥିବା ବାଉତି ଠାକୁରାଣୀଙ୍କ ମନ୍ଦିର ନିକଟସ୍ଥ ପାହାଡ଼ ତଳେ ପୋତି ଦିଆଯାଇଛି। ତେବେ ଏଭଳି ଘଟଣା ବାରମ୍ବାର ଘଟୁଥିବା ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ଦୃଢ଼ ପଦକ୍ଷେପ ନିଆଯାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri