କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ କରିବା ସହିତ କେତେକ ଜୀବନ ନେଇଛନ୍ତି। ବରୁଣେଇ ଜଙ୍ଗଲରୁ ଏକ ହାତୀ ନିଜ ମେଳଠାରୁ ଅଲଗା ହୋଇ କଣାସ ବ୍ଲକରେ ପ୍ରବାହିତ ହେଉଥିବା ରାଜୁଆ, ମକରାନଦୀ ପାର ହୋଇ କୋଟକଣା ମୌଜାର ଧାନ ବିଲରେ ପଶି ରହିଥିବା ଦେଖିବାକୁ ମିଳିଛି।

ହାତୀଟି ଗଡ଼ସାନପୁଟ, ଗଡ଼ବଡ଼ପୁଟ, କଣାସ ଗୋଲାବଜାର ଦେଇ ସିରେଇ, ଜଙ୍ଘାର, ରୁଢ଼ିପୁର ମୌଜା ଦେଇ କୋଟକଣା ମୌଜାରେ ରହିଛି। କଣାସ, ଡେଲାଙ୍ଗ ବନବିଭାଗ ରେଞ୍ଜର ଓ ବନକର୍ମଚାରୀ ହାତୀ ଚାରିପଟେ ଜଗି ରହିଛନ୍ତି। ଚାଷୀମାନେ ଖରାଟିଆ ଧାନ ଫସଲ ପାଇଁ ଜମିରେ ଆଛାର ପକାଇବା ସହିତ ଧାନ ରୁଆଇଛନ୍ତି। ଅନେକ ଜମିରେ ଧାନ ଥୋଡ଼ ହୋଇଥିବାରୁ ହାତୀ ଖୋଜରେ ଦଳିଦେବାରୁ ବ୍ୟାପକ ଫସଲ କ୍ଷତିଗ୍ରସ୍ତ ହୋଇଛି। ଫଳରେ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ପ୍ରତିବର୍ଷ ହାତୀ କଣାସ ଅଞ୍ଚଳକୁ ଆସି ବ୍ୟାପକ ଫସଲ କ୍ଷତି କରିବା ସହିତ ଧନଜୀବନ ନଷ୍ଟ କରୁଥିବାରୁ ଏହାର ସ୍ଥାୟୀ ପ୍ରତିକାର ପାଇଁ ବନବିଭାଗ ଅଧିକାରୀ ଧ୍ୟାନଦେବାକୁ କଣାସ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri